Masthead

ଆରପାରିରେ କିଶୋର ରଥ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଆର ପାରିରେ କିଶୋର ରଥ। କାର୍ଟୁନ୍ ‘କଟାକ୍ଷ’ରେ ଶାଣିତ ଶବ୍ଦ ଓ ଭିନ୍ନ ଶୈଳୀର ରେଖାଚିତ୍ରର ସ୍ରଷ୍ଟା କିଶୋର ରଥ। ଆଜି ସକାଳେ ତାଙ୍କର ନିଶ୍ଵାସପ୍ରଶ୍ଵାସ ନେବାରେ ଅସୁବିଧା ହେବାରୁ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ବର୍ଷ ହୋଇଥିଲା।

୧୯୬୩ ମସିହାରେ ଜନ୍ମିତ କିଶୋର ରଥ ରାଜ୍ୟର ଜଣାଶୁଣା କାର୍ଟୁନିଷ୍ଟ ଭାବ‌େ ପରିଚିତ ଥିଲେ। ରାଜ୍ୟର ପୁରାତନ କଳା ଶିକ୍ଷାନୁଷ୍ଠାନ ଖଲିକୋଟ ଆର୍ଟ କଲେଜରୁ ଫାଇନ୍ ଆର୍ଟସରେ ସ୍ନାତକ କରିବା ପରେ ଜଣେ ପେସାଦାର ଶିଳ୍ପୀଭା‌ବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ଜଣେ ଚିତ୍ରଶିଳ୍ପୀ ହେବା ସହ ବ୍ୟଙ୍ଗ କବିତା ଲେଖିବାରେ ତାଙ୍କର ଅପୂର୍ବ ଦକ୍ଷତା ଥିଲା। ଚିତ୍ର ଓ ଶବ୍ଦ ସଂଯୋଜନାରେ ସମନ୍ବିତ ଦକ୍ଷତା ତାଙ୍କୁ କାର୍ଟୁନ୍ ଆଙ୍କିବା ସହ କ୍ଷୁଦ୍ରକବିତା ଜରିଆରେ ସମାଜକୁ ସକାରାତ୍ମକ ବାର୍ତ୍ତା ଦେବାରେ ସହାୟକ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’