ବଦଳିଲେ ବିଡିଓ ପଲ୍ଲବୀ ରାଣୀ ରାଜ

କୋଇଡା(ବଡ଼ ଖବର ବ୍ୟୁରୋ): ବଦଳିଲେ କୋଇଡା ବିଡିଓ । ବିଡିଓ ପଲ୍ଲବୀ ରାଣୀ ରାଜଙ୍କୁ କୋଇଡାରୁ ସମ୍ବଲପୁରକୁ ଟ୍ରାନ୍ସଫର କରାଯାଇଛି । ଏକାଧିକ ଘଟଣାକୁ ନେଇ ବିବାଦକୁ ଆସିଥିଲେ ପଲ୍ଲବୀ ରାଣୀ ରାଜ୍ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ବର୍ଷରୁ ଅଧିକ ସମୟ ଧରି ପଲ୍ଲବୀ ରାଣୀ ରାଜ୍‌ କୋଇଡ଼ା ବ୍ଲକ୍‌ରେ ବିଡିଓ ଥିଲେ। ଏକାଧିକ ଘଟଣାକୁ ନେଇ ସେ ବିବାଦ ଘେରକୁ ଆସିଥିଲେ। ବଦଳି ପରେ ବ୍ଲକ୍‌ର ଭାରପ୍ରାପ୍ତ ବିଡିଓ ଭାବେ ନିୟୋଜିତ କରାଯାଇଛି।

ବ୍ଲକ୍‌ରେ ଉନ୍ନତିମୂଳକ କାର୍ଯ୍ୟରେ ବାଧା ଦେବା, ପଞ୍ଚାୟତ ଗୁଡ଼ିକରେ ଟଙ୍କା ପଡ଼ି ରହିବା, ବିଧାୟକ ଫଣ୍ଡକୁ ବ୍ଲକରେ କାର୍ଯ୍ୟକାରୀ ନକରିବା, ସାଧାରଣ ଜନତା ଓ ଲୋକ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର କରିବା ଭଳି ଅଭିଯୋଗ ତାଙ୍କ ବିରୋଧରେ ଆସିଥିଲା। ଏନେଇ ବିଡିଓଙ୍କ ବଦଳି ଦାବି କରିଥିଲେ ସିପିଆଇଏମ୍‌ର ହଜାର ହଜାର କର୍ମୀ । ବ୍ଲକ୍‌ର ସମସ୍ତ କର୍ମଚାରୀ ବିଡିଓଙ୍କ ବଦଳି ଦାବିରେ କଲମ ଛାଡ଼ ଆନ୍ଦୋଳନ ମଧ୍ୟ କରିଥିଲେ। କିଛି ଦିନ ପୂର୍ବରୁ ବାପା ଓ ଭାଇଙ୍କ ବିରୋଧରେ ମାଡ଼ ମାରିବା ନେଇ ଅଭିଯୋଗ ଆଣିବା ସହ ଥାନାରେ ଏତଲା ଦେଇଥିଲେ ବିଡିଓ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ