Masthead

ମାରଣାସ୍ତ୍ର ଦେଖାଇ ଲୁଟିନେଲେ ସୁନା ସହ ଲକ୍ଷାଧିକ ଟଙ୍କା

କୋକସରା (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳରେ ପୁଣି ସକ୍ରିୟ ହୋଇଛନ୍ତି ଡକାୟତ ଗ୍ୟାଙ୍ଗ। ଗତକାଲି ବିଳମ୍ବିତ ରାତିରେ ରାଜାମୁଡା ଗାଁର ରତନ ରଣାଙ୍କ ଘରେ ୭ ଜଣ ଦୁବୃର୍ତ୍ତ ମାରଣାସ୍ତ୍ର ଦେଖାଇ ୧୦ ଭରି ସୁନା ଗହଣା ସହ ୪ ଲକ୍ଷ ନଗଦ ଟଙ୍କା ଲୁଟିନେଇଥିବା ଜୟପାଟଣା ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ରତନ ଓ ତାଙ୍କ ପରିବାର ରାତିରେ ଶୋଇଥିବା ବେଳେ ୭ ଜଣ ଦୁବୃର୍ତ୍ତ କଲା ମୁଖା ପିନ୍ଧି ଘରର ଗ୍ରୀଲ ଭାଙ୍ଗି ଭିତରକୁ ଧସେଇ ପଶିଥିଲେ।

ପରିବାର ଲୋକଙ୍କୁ ଧାରୁଆ ଅସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ପରେ ରତନଙ୍କ ବୋହୁଙ୍କ କୋଠରୀରେ ଥିବା ଗଡ଼ରେଜରୁ ୧୦ ତୋଳା ସୁନା ଗହଣା ସହ ରତନଙ୍କ ଶସଜ ତଳେ ଥିବା ୪ ଲକ୍ଷ ଟଙ୍କା ନେଇଥିବା ରତନ କହିଛନ୍ତି। ଦୁବୃର୍ତ୍ତମାନେ ଓଡ଼ିଆ ଭାଷାରେ କଥାବାର୍ତ୍ତା ହେଉଥିବା ବେଳେ ରତନ ଏବଂ ତାଙ୍କ ସ୍ତ୍ରୀଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । ଅଭିଯୋଗ ପରେ ଘଟଣାସ୍ଥଳରେ ଜୟପାଟଣା ପୋଲିସ, ସାଇଫିଣ୍ଟିକ ଟିମ ଓ ଡଗସ୍ବାର୍ଡ ପହଂଚି ଘଟଣାର ଛାନଭିନ ଚଳାଇଛନ୍ତି।

ଏଠାରେ ପ୍ରକାଶ ଥାଉକି କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଢୁଲୁଘାଟି ଘାଟି ଖୋଲିବା ପରେ ଏହି ଘାଟି ଅସାମାଜିକ ବ୍ୟକ୍ତି ବିଶେଷଙ୍କ ଆଡ୍ଡା ସାଜିଛି। କିଛିଦିନ ତଳେ ଏହି ଅଞ୍ଚଳରେ ଏଭଳି ଲୁଟ ହୋଇଥିଲା। ବର୍ତ୍ତମାନ କିଛି ଦିନ ନୀରବତା ପରେ ପୁଣି ସେଇଭଳି ଡକାୟତି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା?