ଅଭୟାଙ୍କ ନ୍ୟାୟ ଦାବି ମୁଖ୍ୟମନ୍ତ୍ରୀଙ୍କ ଅଫିସ ଘେରିବ ଛାତ୍ର ସଂଗଠନ

କୋଲକତା (ବଡ଼ ଖବର ବ୍ୟୁରୋ): କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଖୋଳତାଡ଼ କରୁଛି ସିବିଆଇ। ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ। ସେପଟେ ସଞ୍ଜୟ ପଲିଗ୍ରାଫ୍ ଅର୍ଥାତ ଲାଇ ଡିଟେକସନ୍ ଟେଷ୍ଟ କରାଯାଇଛି । ଅନ୍ୟପଟେ ଅଭୟାଙ୍କୁ ନ୍ୟାୟ ଦେବାକୁ ଆଜି ଟିଏମସି ସରକାର ବିରୋଧରେ ସବୁଠୁ ବଡ଼ ଆନ୍ଦୋଳନର ଡାକରା ଦେଇଛି ଛାତ୍ର ସଂଗଠନ ।

କୋଲକାତାରେ ବିଶାଳ ଜନ ସମାବେଶର ଡାକରା ଦେଇଛି ଛାତ୍ର ସମାଜ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍ ‘ନବାନ୍ନ’ ଘେରାଉ କରିବେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ। ବିନା କୌଣସି ରାଜନୈତିକ ବ୍ୟାନରରେ ଏହି ବିକ୍ଷୋଭର ଡାକରା ଦିଆଯାଇଛି। ପ୍ରଥମଥର ପାଇଁ ଏତେ ସଂଖ୍ୟାରେ ଲୋକେ ମମତା ସରକାର ବିରୋଧରେ ରାସ୍ତାକୁ ଓହ୍ଲାଇବେ।

ଯାହାର ପ୍ରଭାବ ଏବେଠୁ ଦେଖା ଦେଲାଣି। କୋଲକାତାକୁ ସଂଯୋଗ କରୁଥିବା ସବୁ ପ୍ରବେଶ ପଥକୁ ସିଲ୍ କରି ଦିଆଗଲାଣି। ଏହାର ସିଧା ପ୍ରଭାବ ଓଡ଼ିଶାକୁ ଆସୁଥିବା ଯାତ୍ରୀଙ୍କ ଉପରେ ପଡ଼ିଛି। କାରଣ କୋଲକାତାରୁ ରାତିରେ ଓଡ଼ିଶାକୁ ବସ୍ ଆସୁଛି ଓ ସକାଳେ ଓଡ଼ିଶା ପଟୁ ବସ୍ କୋଲକାତା ଯାଉଛି । ଟ୍ରାଫିକ ଜାମ୍ ହେବା ଫଳରେ ଲୋକେ ଘଣ୍ଟା ଘଣ୍ଟା ଧରି ଫସିବା ଆଶଙ୍କା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’