Masthead

କୋଲକାତା ଲଜ୍ଜା ଘଟଣା: ସିବିଆଇକୁ ଆଉ ସପ୍ତାହେ ସମୟ ଦେଲେ ସୁପ୍ରିମକୋର୍ଟ

କୋଲକାତା (ବଡ଼ ଖବର ବ୍ୟୁରୋ): କୋଲକାତା ଲଜ୍ଜା ଘଟଣାକୁ ପୂରିଛି ମାସେ । ଏନେଇ ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛି ସିବିଆଇ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ଜେ.ବି ପାର୍ଡିଓ୍ବାଲା ଏବଂ ମନୋଜ ମିଶ୍ରା ମାମଲାର ଶୁଣାଣି କରିଥିଲେ। ତେବେ ସିବିଆଇକୁ ଆଉ ସପ୍ତାହେ ପାଇଁ ସମୟ ଦେଇଛନ୍ତି ମାନ୍ୟବର କୋର୍ଟ। ଆଉ ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ କୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ହସ୍ପିଟାଲ ପରିସରରେ ମୁତୟନ ହୋଇଥିବା ସିଆଇଏସ୍‌ଏଫ୍‌ଙ୍କୁ ରହିବା ପାଇଁ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଏନେଇ ପଶ୍ଚିମବଙ୍ଗ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଆଜି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ ମିଡିଆରୁ ହଟାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୨୨ରେ ସୁପ୍ରିମକୋର୍ଟ ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କ ଅସ୍ବାଭାବିକ ମୃତ୍ୟୁ ପଞ୍ଜୀକରଣ କରିବାରେ କୋଲକାତା ପୋଲିସର ବିଳମ୍ବକୁ ଅତ୍ୟନ୍ତ ବିବ୍ରତ ବୋଲି କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ