Masthead

କୋଲକାତା ଲଜ୍ଜା ଘଟଣା: ସିବିଆଇକୁ ଆଉ ସପ୍ତାହେ ସମୟ ଦେଲେ ସୁପ୍ରିମକୋର୍ଟ

କୋଲକାତା (ବଡ଼ ଖବର ବ୍ୟୁରୋ): କୋଲକାତା ଲଜ୍ଜା ଘଟଣାକୁ ପୂରିଛି ମାସେ । ଏନେଇ ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛି ସିବିଆଇ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ଜେ.ବି ପାର୍ଡିଓ୍ବାଲା ଏବଂ ମନୋଜ ମିଶ୍ରା ମାମଲାର ଶୁଣାଣି କରିଥିଲେ। ତେବେ ସିବିଆଇକୁ ଆଉ ସପ୍ତାହେ ପାଇଁ ସମୟ ଦେଇଛନ୍ତି ମାନ୍ୟବର କୋର୍ଟ। ଆଉ ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ କୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ହସ୍ପିଟାଲ ପରିସରରେ ମୁତୟନ ହୋଇଥିବା ସିଆଇଏସ୍‌ଏଫ୍‌ଙ୍କୁ ରହିବା ପାଇଁ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଏନେଇ ପଶ୍ଚିମବଙ୍ଗ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଆଜି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ ମିଡିଆରୁ ହଟାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୨୨ରେ ସୁପ୍ରିମକୋର୍ଟ ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କ ଅସ୍ବାଭାବିକ ମୃତ୍ୟୁ ପଞ୍ଜୀକରଣ କରିବାରେ କୋଲକାତା ପୋଲିସର ବିଳମ୍ବକୁ ଅତ୍ୟନ୍ତ ବିବ୍ରତ ବୋଲି କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’