Masthead

ମିନି ସାଇକ୍ଲୋଥନ

କୋଣାର୍କ (ବଡ଼ ଖବର ବ୍ୟୁରୋ) :ପ୍ରେସ୍ କ୍ଲବ ଓ ପର୍ଯ୍ୟଟନ ବିଭାଗ ତରଫରୁ କୋଣାର୍କରେ ଆୟୋଜିତ ହୋଇଛି ମିନି ସାଇକ୍ଲୋଥନ ୨୦୨୦। କୋଭିଡ କଟକଣା ମଧ୍ୟରେ ଆୟୋଜିତ ହୋଇଛି ମିନି ସାଇକ୍ଲୋଥନ । ଏଥିରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ଉତ୍କଳ ସାମ୍ବାଦିକ ସଙ୍ଘର ସଭାପତି ବିଭୁତିଭୂଷଣ କର, ଅସ୍ତରଙ୍ଗ ବ୍ଲକ ଚେୟାରମ୍ୟାନ ସ୍ୱାଧୀନ କୁମାର ନାୟକ ଓ କୋଣାର୍କ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ସୂର୍ଯ୍ୟମନ୍ଦିର ସାମ୍ନାରୁ ସାଇକେଲ ରାଲି ଉଦଘାଟନ କରାଯାଇଥିଲା । କୋଣାର୍କ କଲେଜ ଓ ସ୍କୁଲର ଛାତ୍ରଛାତ୍ରୀ ଏଥିରେ ଯୋଗଦେଇଥିଲେ। ସୂର୍ଯ୍ୟମନ୍ଦିର ଠାରୁ ସାଇକେଲ ରାଲି ବାହାରି କୋଣାର୍କ ବଜାର ପରିକ୍ରମା କରି ରାମଚଣ୍ଡୀଠାରେ ଶେଷ ହୋଇଥିଲା । ଏହାର ମୂଳ ଉଦ୍ଦେଶ୍ୟ ଥିଲା କୋଣାର୍କ ପର୍ଯ୍ୟଟନ ସ୍ଥଳିକୁ ପଲଥିନି ଓ ପ୍ଲାଷ୍ଟିକ ମୁକ୍ତ କରିବା । କୋଣାର୍କ ବଜାର ଦୋକାନୀମାନଙ୍କୁ ପଲଥିନି ବ୍ୟବହାର ନକରିବା ପାଇଁ ପରାମର୍ଶ ଦେଇଥିଲେ । ଅର୍କକ୍ଷେତ୍ରକୁ ସବୁଜ ସୁନ୍ଦର କରିବା, ଅଧିକ ଗଛ ଲଗାଇବା ପାଇଁ ଆହ୍ୱାନ ଦିଆଯାଇଥିଲା । ଏହି ମିନି ସାଇକ୍ଲୋଥନରେ କୋଣାର୍କର ସମସ୍ତ ସାମ୍ବାଦିକ ,ସମାଜସେବୀ ଓ ବୁଦ୍ଧିଜୀବୀ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା 🔴 ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପ୍ରଶ୍ନପତ୍ର ଭାଇରାଲ ପରେ ସ୍ବତନ୍ତ୍ର OTET-୨୦୨୫ ସ୍ଥଗିତ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡ଼ିତା 🔴 ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପ୍ରଶ୍ନପତ୍ର ଭାଇରାଲ ପରେ ସ୍ବତନ୍ତ୍ର OTET-୨୦୨୫ ସ୍ଥଗିତ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ