Masthead

ଦେଶବିଦେଶରେ ମହକିବ ‘କୋରାପୁଟ କଫି’

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି । ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି।

ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି । କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି । ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।”

“କଫି ଚାଷୀଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ । କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଜୁନ ୨୦୨୧ ସୁଦ୍ଧା ୩୦,୦୦୦ ପରିବାରକୁ ୪୬,୦୦୦ ଏକରର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ‘ଲକ୍ଷ୍ମୀପୁର’, ‘କାଶିପୁର’, ‘ଦସମନ୍ତପୁର’, ‘ନନ୍ଦପୁର’, ‘ଲମଟାପୁଟ’, ‘କୋରାପୁଟ’ ଓ ‘ପଟ୍ଟାଙ୍ଗି’ ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮,୭୯୦ କେଜି କଫି ଚେରୀ ସଂଗ୍ରହ କରିଛି। ୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତ ବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଗତ ବର୍ଷ ଅପେକ୍ଷା ଅଧିକ କଫି ଉତ୍ପାଦନ ହେବ ବୋଲି ଆଶା ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା