Masthead

ଦେଶବିଦେଶରେ ମହକିବ ‘କୋରାପୁଟ କଫି’

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି । ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି।

ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି । କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି । ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।”

“କଫି ଚାଷୀଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ । କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଜୁନ ୨୦୨୧ ସୁଦ୍ଧା ୩୦,୦୦୦ ପରିବାରକୁ ୪୬,୦୦୦ ଏକରର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ‘ଲକ୍ଷ୍ମୀପୁର’, ‘କାଶିପୁର’, ‘ଦସମନ୍ତପୁର’, ‘ନନ୍ଦପୁର’, ‘ଲମଟାପୁଟ’, ‘କୋରାପୁଟ’ ଓ ‘ପଟ୍ଟାଙ୍ଗି’ ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮,୭୯୦ କେଜି କଫି ଚେରୀ ସଂଗ୍ରହ କରିଛି। ୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତ ବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଗତ ବର୍ଷ ଅପେକ୍ଷା ଅଧିକ କଫି ଉତ୍ପାଦନ ହେବ ବୋଲି ଆଶା ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ