Masthead

ପ୍ରଶାସନ ଶୁଣିଲାନି, ନିଜ ଗାଁକୁ ରାସ୍ତା କଲେ ଗ୍ରାମବାସୀ

କୋଟପାଡ଼, (ବଡ଼ ଖବର ବ୍ୟୁରୋ): ରାଜନେତାଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କୁ ଗୁହାରି କରିଥିଲେ ସୁଦ୍ଧା ସୁଫଳ ମିଳିଲାନି । ଶେଷରେ ବାଧ୍ୟ ହୋଇ ନିଜ ଗାଁକୁ ପାହାଡ଼ କାଟି ରାସ୍ତା ତିଆରି କରିଛନ୍ତି ଗ୍ରାମବାସୀ । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଛଚ୍ଛରଳା ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ନୂଆଗୁଡ଼ା ଠାରୁ ଡଙ୍ଗରାପାଲିକୁ ରାସ୍ତା ନିର୍ମାଣ କରିଛନ୍ତି । ଡଙ୍ଗଲପାଲି ଗାଁର ଦୁରୁଆ ସମ୍ପ୍ରଦାୟର ଲୋକେ ପାଲଟିଛନ୍ତି ଅନ୍ୟମାନଙ୍କ ପାଇଁ ଉଦାହରଣ । ଗ୍ରାମବାସୀଙ୍କ ଏଭଳି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି । ଏହି ରାସ୍ତାଟି କୁନ୍ଦ୍ରା ବ୍ଲକର ବଗଡ଼ରିକୁ ସଂଯୋଗ କରୁଛି । ରାସ୍ତା ନଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ । ରାସ୍ତା ନିର୍ମାଣ ହେବ ବୋଲି ନିର୍ବାଚନ ସମୟରେ ରାଜନେତାମାନେ ପ୍ରତିଶ୍ରୃତି ଦେଉଥିଲେ । ନିର୍ବାଚନ ସରିଲେ ଭୁଲି ଯାଉଥିଲେ ପ୍ରତିଶ୍ରୃତି । ଶେଷରେ ବାଧ୍ୟ ହୋଇ ନିଜ ଗାଁକୁ ରାସ୍ତା ନିର୍ମାଣ କରିଛନ୍ତି ଲୋକେ । ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବା ଲାଗି ସରକାର ଘୋଷଣା କରିଛନ୍ତି ମାଳ ମାଳ ସଡକ ଯୋଜନା । ଅପହଞ୍ଚ ଇଲାକାରେ ଏହି ଯୋଜନା କାର୍ଯ୍ୟକାରୀ ହୋଇନଥିବାରୁ ସରକାରଙ୍କ ଯୋଜନା କାହା ଲାଗି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା