Masthead

କୋଟିଆ ମାମଲା, ତିନି ସପ୍ତାହ ପରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ତିନି ସପ୍ତାହ ପରେ ସୁପ୍ରିମକୋର୍ଟରେ ଶୁଣାଣି ହେବ କୋଟିଆ ମାମଲା । କୋଟିଆରେ ଆନ୍ଧ୍ରପ୍ରଦେଶ ସରକାର ପଞ୍ଚାୟତ ନିର୍ବାଚନ କରାଇବାକୁ ‌ବେଆଇନ ଦର୍ଶାଇ ଓଡ଼ିଶା ସରକାରଙ୍କ ଦ୍ବାରା ଦାଖଲ କରାଯାଇଥିବା ଅଦାଲତ ଅବମାନନା ପିଟିସନ୍‌ ଉପରେ ସୁପ୍ରିମକୋର୍ଟ ତିନି ସପ୍ତାହ ପରେ ଶୁଣାଣି କରି ନିଷ୍ପତ୍ତି ନେବେ।

ଆଜି ଶୁଣାଣି ସମୟରେ ଏହି ସୂଚନା ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏ.ଏମ୍‌. ଖାନୱିଲକର ଓ ବିଚାରପତି ଜଷ୍ଟିସ୍‌ ସି.ଟି. ରବିକୁମାରଙ୍କ ଖଣ୍ଡପୀଠରେ ଆଜି ଏହି ମାମଲାର ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ କୋଟିଆ ପ୍ରସଙ୍ଗରେ ଗତ ଅଗଷ୍ଟ ୩୧ ତାରିଖରେ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ସରକାରଙ୍କୁ ରାଜନୈତିକ ସ୍ତରରେ ମାମଲା ସମାଧାନ କରିବାକୁ ପରାମର୍ଶ ଦେବା ସହ ଏହାର ଶୁଣାଣିକୁ ୪ ସପ୍ତାହ ଘୁଞ୍ଚାଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ