Masthead

କୋଟିଆ ବିବାଦ: ଅନଙ୍ଗ କରିବେ ମାର୍ଗଦର୍ଶନ

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋଟିଆରେ ଆନ୍ଧ୍ର ନିର୍ବାଚନ ପ୍ରସଙ୍ଗ । ଆଇନଗତ ସହାୟତା ଲୋଡିଲେ ରାଜ୍ୟ ସରକାର । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ କୁମାର ପଟ୍ଟନାୟକଙ୍କ ସହାୟତା ଲୋଡିଛନ୍ତି ରାଜ୍ୟ ସରକାର । ଏଜି ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଲୋଡିଲେ ସହାୟତା । କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ ବିଷ୍ଣୁପଦ ସେଠୀ । ସମସ୍ତ ତଥ୍ୟ ନେଇ ଜଷ୍ଟିସଙ୍କ ସହ ବିଚାରବିମର୍ଷ ପାଇଁ ପରାମର୍ଶ ଦେଇଛନ୍ତି । ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଗୋଟିଏ ମାସର ମହଲତ ଦେଇଥିବା ବେଳେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ସହ ବିଚାରବିମର୍ଷ କରିବା ପାଇଁ କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ ।

ରାଜ୍ୟର ବିଭିନ୍ନ ସୀମାରେ ଆନ୍ଧ୍ର ଅନୁପ୍ରବେଶ କରୁଛି । ରାସ୍ତାଘାଟ, ସ୍କୁଲ ଓ ସ୍ୱାସ୍ଥ୍ୟ ଶିବିର କରିବା ସହ ଗତମାସ କୋରାପୁଟ କୋଟିଆରେ ନିର୍ବାଚନ ମଧ୍ୟ କରାଇଛି । କୋର୍ଟଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରି ଆନ୍ଧ୍ର ନିର୍ବାଚନ କରିଛି । ଯାହାକୁ ନେଇ ବିବାଦ ଆହୁରି ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ