Masthead

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ପଦରୁ ଇସ୍ତଫା ଦେଇଛନ୍ତି। ଏ ନେଇ ତାଙ୍କ ସହଯୋଗୀ ପ୍ରକାଶ ସିଲୱାଲ ନିଶ୍ଚିତ କରିଛନ୍ତି। ସୋସିଆଲ ମିଡିଆ ବ୍ୟାନକୁ ବିରୋଧ କରି ନେପାଳରେ GEN-Z ବର୍ଗର ବ୍ୟକ୍ତିବିଶେଷମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ୧୯ ଜଣଙ୍କର ମୃତ୍ୟୁ ହେବା ସହ ୩୦୦ରୁ ଅଧିକ ଆହତ ହୋଇଥିଲେ। ଦେଶବ୍ୟାପୀ ପ୍ରତିବାଦର ନିଆଁ ଜଳୁଥିବା ବେଳେ ବଢ଼ୁଥିବା ଚାପ ମଧ୍ୟରେ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଦର୍ଶନକାରୀ ସଂସଦ ଭବନକୁ କବଜା କରିନେଇଛନ୍ତି।

ଏହା ସହ ରାଷ୍ଟ୍ରପତିଙ୍କ ସହ ବହୁ ବଡ଼ ନେତାଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି। ପ୍ରଦର୍ଶନକାରୀମାନେ ଭକ୍ତପୁର ବାଲକୋଟ୍‌ ସ୍ଥିତ ପ୍ରଧାନମନ୍ତ୍ରୀ ଓଲିଙ୍କ ବାସଭବନରେ ମଧ୍ୟ ନିଆଁ ଲଗାଇ ଦେଇଛନ୍ତି।  ଓଲି ବର୍ତ୍ତମାନ ବାଲୁଭତାର ସ୍ଥିତ ପ୍ରଧାନମନ୍ତ୍ରୀ ବାସଭବନରେ ଅଛନ୍ତି। ପ୍ରଦର୍ଶନକାରୀମାନେ କାଠମାଣ୍ଡୁର ନାୟକାପ ପରେ ପୂବର୍ତନ ଗୃହମନ୍ତ୍ରୀ ରମେଶ ଲେଖକଙ୍କ ବାସଭବନରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ। ରାଜଧାନୀର ବହୁ ସ୍ଥାନରେ ‘କେପି ଚୋର, ଦେଶ ଛାଡ଼’ ଓ ‘ଭ୍ରଷ୍ଟ ନେତା’ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କର ଭଳି ନାରା ବାଜି କରିଥିଲେ ବିକ୍ଷୋଭକାରୀ।

GEN-Z ଙ୍କ ନେତୃତ୍ବରେ ଆରମ୍ଭ  ହୋଇଥିବା ପ୍ରତିବାଦ  ଏବଂ ରାଜନୈତିକ ଚାପ ପରେ  ଓଲି ଇସ୍ତଫା ଦେବାକ ବାଧ୍ୟ ହୋଇଛନ୍ତି। କାଠମାଣ୍ଡୁ ପୋଷ୍ଟର ରିପୋର୍ଟ ଅନୁସାରେ, ଓଲିଙ୍କୁ ହେଲିକପ୍ଟରରେ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ଏହା ସହ ସେନା ହେଲିକପ୍ଟର ସାହାଯ୍ୟରେ ଅନ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରୁ ସୁରକ୍ଷିତ ସ୍ଥାନକୁ ନିଆଯିବାର ବ୍ୟବସ୍ଥା ଆରମ୍ଭ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ