Masthead

ପୁରୀରେ ପୂର୍ବତନ ମୁଖ୍ୟ ପ୍ରଶାସକ, ମହାପ୍ରଭୁଙ୍କୁ ଦର୍ଶନ କରି ହେଲେ ଭାବବିହ୍ବଳ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଶ୍ରୀମନ୍ଦିରର ପୂର୍ବତନ ମୁଖ୍ୟ ପ୍ରଶାସକ । ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ପହଞ୍ଚିଥିଲେ ପୂର୍ବତନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର । ବଡ଼ ଠାକୁର ବଳଭଦ୍ରଙ୍କ ରଥ ଟାଣି ଆଶୀର୍ବାଦ କାମନା କରିଥିଲେ ।

ଏହି ଅବସରରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତଙ୍କ ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ କ୍ରିଷନ । ପୂର୍ଣ୍ଣକାଳୀନ ଶ୍ରୀମନ୍ଦିର ପ୍ରଶାସକ ଭାବେ ରଞ୍ଜନ କୁମାର ଦାସଙ୍କ ଯୋଗଦାନ ପୂର୍ବରୁ ବୀର ବିକ୍ରମ ଯାଦବ କିଛି ଦିନ ପାଇଁ ମୁଖ୍ୟ ପ୍ରଶାସକ ଦାୟିତ୍ବରେ ଥିଲେ ।

ତାଙ୍କ ପୂର୍ବରୁ କ୍ରିଷନ କୁମାର ଦୁଇ ବର୍ଷ ପର୍ଯ୍ୟନ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ଥିଲେ । ତାଙ୍କ ସମୟରେ ସେ ରଥଯାତ୍ରା ବେଳେ ସେବାୟତଙ୍କ ଗହଣରେ ଶ୍ରୀଜଗନ୍ନାଥଙ୍କ ଜଣାଣ ଗାଇ ଚର୍ଚ୍ଚାର କେନ୍ଦ୍ର ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି