Masthead

ଆଜି ଚନ୍ଦ୍ରଙ୍କୁ ଗ୍ରାସିବେ ରାହୁ, ରାତି ୧ଟା ୪୪ ମିନିଟରୁ ଲାଗିବ ଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କୁମାରପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ । ରାତି ୧ଟା ୦୫ମି ୨୩ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ହେବ। ରାତି ୧ଟା ୪୪ମି. ୦୩ ସେକେଣ୍ଡରେ ମଧ୍ୟାନ୍ତର ହୋଇ ରାତି ୨ଟା ୨୨ମିନିଟ୍ ୩୮ ସେକେଣ୍ଡରେ ସର୍ବମୋକ୍ଷ ହେବ । ଗ୍ରହଣର ଅବଧି ରହିବ ମୋଟ୍୧ ଘଣ୍ଟା ୧୯ ମିନିଟ୍। ତେଣୁ ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକ ନିଷେଧ କରାଯାଇଛି । ଅପରାହ୍ନ ୪ଟା ୦୫ ରୁ ହାଣ୍ଡିଛାଡ଼ ଥିବା ବେଳେ ରାତି ୨ଟା ୨୩ ମିନିଟ୍ ପର୍ୟ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ । କିନ୍ତୁ ରୋଗୀ, ବୃଦ୍ଧ, ଶିଶୁମାନଙ୍କ ପାଇଁ ଏହା ବାଧ୍ୟତାମୂଳକ ନୁହେଁ। ଗ୍ରହଣ ସର୍ବମୋକ୍ଷ ପରେ ରାତି ୨ଟା ୨୪ ମିନିଟ୍ ପରେ ସ୍ନାନାଦି କର୍ମ ସାରି ପୁଣି ପୂଜାନୀତି ଓ ରୋଷେଇ କରିହେବ।

ଚନ୍ଦ୍ରଗ୍ରହଣ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବ । ଏହାପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ ବିଜେ ହୋଇ ଚଉଦୋଳରେ ଶ୍ରୀକ୍ଷେତ୍ରରେ ଥିବା ଚାରି ଆଶ୍ରମକୁ ବିଜେ କରିବା ପରେ ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି କରାଯିବ । ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । ଚନ୍ଦ୍ରଗ୍ରହଣ ଭାରତ ସମେତ ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ, ଏସିଆ, ୟୁରୋପ, ଆଫ୍ରିକା, ପୂର୍ବ ଦକ୍ଷିଣ ଆମେରିକା, ଉତ୍ତର ପୂର୍ବ ଉତ୍ତର ଆମେରିକାରେ ଦୃଶ୍ୟମାନ ହେବ। ଚନ୍ଦ୍ରଗ୍ରହଣ ଭାରତର ସମସ୍ତ ସ୍ଥାନରୁ ମଧ୍ୟରାତ୍ରିରେ ଦେଖାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ