Masthead

କାହିଁକି ବାଡୁଅ ଝିଅମାନେ କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ପୂଜା କରନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଓଡ଼ିଶାର ଏକ ସ୍ୱତନ୍ତ୍ର ପର୍ବ କୁମାର ପୂର୍ଣ୍ଣିମା। ଏହାକୁ କୁମାରୋତ୍ସବ ମଧ୍ୟ କୁହାଯାଏ।। ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବ ପାଳିତ ହୁଏ। ଏହିଦିନ ମା’ ଲକ୍ଷ୍ମୀଙ୍କର ଆରାଧନା କରାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ୟ୍ୟଙ୍କୁ ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି। ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ ପାଳନ କରିଥାନ୍ତି। ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଏହି ପୂଜା କରିଥାନ୍ତି

କୁମାରୀମାନେ ଚନ୍ଦ୍ର ପୂଜା କରିବା ସହ ସନ୍ଧ୍ୟାରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି।ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଆନ୍ତି ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି। ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ ଆଡ଼ମ୍ବର ସ‌ହ ପାଳନ କରାଯାଇଥାଏ।  ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ-ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ