ସାମ୍ବାଦିକଙ୍କ ପାଇଁ ଗର୍ଜିଲେ କୁସୁମ ଟେଟେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୟରେ ରମାଦେବୀ ମହିଳା ବିଦ୍ୟାଳୟରେ ଥିବା କାର୍ଯ୍ୟକ୍ରମକୁ ସାମ୍ବାଦିକ ମାନଙ୍କୁ ଛଡ଼ାନଯିବା ସଂକ୍ରାନ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଅବଗତ ଅଛିକି ବୋଲି ଗୃହରେ ବିଧାୟିକା କୁସୁମ ଟେଟେ ପ୍ରଶ୍ନ କରିଥିଲେ । ସେ ଜାଣିବାକୁ ଚାହିଁଥିଲେ ଯଦି ହଁ ତେବେ ଏଥିପାଇଁ କିଏ ନିଷ୍ପତ୍ତି ନେଇଥିଲେ । ସାମ୍ବାଦିକ ମାନଙ୍କ ପ୍ରତି ଏଭଳି ବ୍ୟବହାର ସଂକ୍ରାନ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କି ପଦକ୍ଷେପ ଗ୍ରହଣ କରାଯାଇଛି ।

ସରକାରଙ୍କ ଠାରୁ ବିଧାୟକ ଜାଣିବାକୁ ଚାହିଁ ଥିଲେ ଉତ୍ତରରେ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତ କହିଥିଲେ, ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକ ମାନଙ୍କୁ ଛଡ଼ାନଯିବା ସଂକ୍ରାନ୍ତରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅବଗତ ନାହିଁ । ଫେବୃଆରୀ ୬ ତାରିଖରେ ଲୋକସେବା ଭବନରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକର ନିଷ୍ପତ୍ତି ଅନୁସାରେ ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମର ଲାଇଭ୍ କମନ୍ ଫିଡ ବ୍ୟବସ୍ଥା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କରାଯାଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’