Masthead

ସାମ୍ବାଦିକଙ୍କ ପାଇଁ ଗର୍ଜିଲେ କୁସୁମ ଟେଟେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୟରେ ରମାଦେବୀ ମହିଳା ବିଦ୍ୟାଳୟରେ ଥିବା କାର୍ଯ୍ୟକ୍ରମକୁ ସାମ୍ବାଦିକ ମାନଙ୍କୁ ଛଡ଼ାନଯିବା ସଂକ୍ରାନ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଅବଗତ ଅଛିକି ବୋଲି ଗୃହରେ ବିଧାୟିକା କୁସୁମ ଟେଟେ ପ୍ରଶ୍ନ କରିଥିଲେ । ସେ ଜାଣିବାକୁ ଚାହିଁଥିଲେ ଯଦି ହଁ ତେବେ ଏଥିପାଇଁ କିଏ ନିଷ୍ପତ୍ତି ନେଇଥିଲେ । ସାମ୍ବାଦିକ ମାନଙ୍କ ପ୍ରତି ଏଭଳି ବ୍ୟବହାର ସଂକ୍ରାନ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କି ପଦକ୍ଷେପ ଗ୍ରହଣ କରାଯାଇଛି ।

ସରକାରଙ୍କ ଠାରୁ ବିଧାୟକ ଜାଣିବାକୁ ଚାହିଁ ଥିଲେ ଉତ୍ତରରେ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତ କହିଥିଲେ, ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକ ମାନଙ୍କୁ ଛଡ଼ାନଯିବା ସଂକ୍ରାନ୍ତରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅବଗତ ନାହିଁ । ଫେବୃଆରୀ ୬ ତାରିଖରେ ଲୋକସେବା ଭବନରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକର ନିଷ୍ପତ୍ତି ଅନୁସାରେ ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମର ଲାଇଭ୍ କମନ୍ ଫିଡ ବ୍ୟବସ୍ଥା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କରାଯାଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ