Masthead

ଉତ୍ତରକାଶୀ ଗଲେ ଶ୍ରମମନ୍ତ୍ରୀ ସାରଦା ନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଉତ୍ତରକାଶୀର ଟନେଲ ଟ୍ରାଜେଡି ସ୍ଥଳକୁ ଗଲେ ଶ୍ରମମନ୍ତ୍ରୀ ଶାରଦା ନାୟକ । ଓଡ଼ିଶାର ସ୍ୱତନ୍ତ୍ର ଦଳ ଘଟଣାସ୍ଥଳକୁ ଯାଇ ରେସ୍କ୍ୟୁ ଅପରେସନର ଅନୁଧ୍ୟାନ କରିବେ । ଫଶିରହିଥିବା ଲୋକଙ୍କ ପରିବାର ଲୋକେ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି । ଦୀର୍ଘ ୧୪ ଦିନ ହେଲା ଟନେଲରେ ଫଶି ରହିଛନ୍ତି ୪୧ ଶ୍ରମିକ । ଶ୍ରମିକ ମାନଙ୍କୁ ଉଦ୍ଧାର କରିବା ପାଇଁ ରେସ୍କ୍ୟୁ ଅପରେସନ ଜାରି ରହିଛି । ରେସ୍କ୍ୟୁ ଅପରେସନ ଶେଷ ପର୍ଯ୍ୟାୟରେ ପହଂଚିଛି ।
ତେବେ ଉଦ୍ଧାର କାର୍ଯ୍ୟରେ ବଡ଼ ବାଧା ସୃଷ୍ଟି ହୋଇଛି । ଅଧାରେ ଅଟକିଯାଇଛି ଅଗର ମେସିନ । ଡ୍ରିଲିଂ ସମୟରେ ପଥର ସହ ମାଡ଼ ହେବା ଯୋଗୁଁ ମେସିନରେ ବୈଷୟିକ ସମସ୍ୟା ସୃଷ୍ଟି ହୋଇଛି । ଫଳରେ ଉଦ୍ଧାର କାର୍ଯ୍ୟ ବର୍ତମାନ ସମୟ ପାଇଁ ଅଟକି ରହିଛି । କ୍ରମାଗତ ତୃତୀୟ ଥର ପାଇଁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ତେଣୁ ବିକଳ୍ପ ବାଟ ବାଛିଛନ୍ତି ଉଦ୍ଧାରକାରୀ ଦଳ । ଏଣିକି ଭର୍ଟିକାଲ ଡ୍ରିଲିଂ ବା ଟନେଲର ଉପରପଟୁ ଖୋଳିବା ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ମେସିନ୍ ଗୁଡ଼ିକୁ ପାହାଡ଼ର ଉପରପଟକୁ ନିଆଯାଉଛି । ସେହିପରି ପାହାଡ଼ର ଉପରକୁ ୨୦ରୁ ଅଧିକ ଶ୍ରମିକ ଯାଇ ଖୋଳାଖୋଳି ଜାରି ରଖିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ