Masthead

୧୯ଟି ବ୍ୟାଗରେ ଟଙ୍କା ବୋହିଲେ ଶ୍ରମିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟଙ୍କାର ପାହାଡ । ଯେତେ ଖୋଳିଲେ ସେତେ ବାହାରୁଛି । କାଲି ବଲାଙ୍ଗୀର ସୁଦପଡା ମଦଭାଟି ମ୍ୟାନେଜରଙ୍କ ଘରୁ ପୁଳା ପୁଳା ଟଙ୍କା ଜବତ ହୋଇଛି । ୧୯ଟି ବ୍ୟାଗରେ ଟଙ୍କା ବୋହିଲେ ଶ୍ରମିକ । ନୋଟ୍ ଗଣିବାକୁ ଆସିଲେ ଅଧିକ ମେସିନ୍ ଓ କର୍ମଚାରୀ । ଗତକାଲି ସକାଳୁ ବଲାଙ୍ଗୀର ସୁଦପଡା ମଦଭାଟି ମ୍ୟାନେଜରଙ୍କ ଘରେ ଚଢାଉ କରିଥିଲା ଆୟକର ବିଭାଗ । ବିପୁଳ ପରିମାଣର ଟଙ୍କା ଜବତ କରିଛି ଆଇଟି । ପ୍ରାୟ ୫୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । କଡ଼ା ସୁରକ୍ଷାରେ ଜବତ ଟଙ୍କାକୁ ୧୯ଟି ବ୍ୟାଗ, ପେଟି ଓ ଟିଣ ବାକ୍ସରେ ଭର୍ତି କରି ଏସବିଆଇ ଶାଖାକୁ ନିଆଯାଇଛି । ଟଙ୍କା ପେଟି ବୋହିବାକୁ ୭ରୁ ୮ ଜଣ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିଲା ।

ଟଙ୍କା ଗଣିବା ସମୟରେ ମେସିନ୍ ଅଚଳ ହୋଇଥିବା ଜଣାପଡ଼ିଛି । ସେଥିପାଇଁ ଆୟକର ବିଭାଗ ଅଧିକ ମେସିନ୍ ଓ କର୍ମଚାରୀ ମଗାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ ୧୦ ଦିନ ତଳେ ବଲାଙ୍ଗୀରକୁ ବଡ ବଡ ବ୍ୟାଗରେ ଟଙ୍କା ଭର୍ତ୍ତିହୋଇ ସୁଦପଡାର ଭାଟି ମ୍ୟାନେଜରଙ୍କ ଘରକୁ ଆସିଥିଲା । ସେପଟେ ଚଢ଼ାଉ ବେଳେ ବୌଦ୍ଧ ଜିଲ୍ଲାରେ ସାଂଘାତିକ ଘଟଣା ଦେଖିବାକୁ ମିଳିଛି । ହରଭଙ୍ଗା ବ୍ଲକ ସାମ୍ପୋଚ ପଂଚାୟତର ତିତିରିକଟାରେ ଥିବା ଡିଷ୍ଟିଲାରୀ ପାଚେରୀ ବାହାରେ ପୁଳାପୁଳା ୫ଶହ ଟଙ୍କିଆ ନୋଟ୍ ପଡ଼ିଥିବା ଦେଖିବାକୁ ମିଳିଥିଲା । କିଛି ଚିରାଫଟା ନୋଟ୍ ମଧ୍ୟ ଥିଲା । ତା’ଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପଡ଼ିଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ