Masthead

୧୯ଟି ବ୍ୟାଗରେ ଟଙ୍କା ବୋହିଲେ ଶ୍ରମିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟଙ୍କାର ପାହାଡ । ଯେତେ ଖୋଳିଲେ ସେତେ ବାହାରୁଛି । କାଲି ବଲାଙ୍ଗୀର ସୁଦପଡା ମଦଭାଟି ମ୍ୟାନେଜରଙ୍କ ଘରୁ ପୁଳା ପୁଳା ଟଙ୍କା ଜବତ ହୋଇଛି । ୧୯ଟି ବ୍ୟାଗରେ ଟଙ୍କା ବୋହିଲେ ଶ୍ରମିକ । ନୋଟ୍ ଗଣିବାକୁ ଆସିଲେ ଅଧିକ ମେସିନ୍ ଓ କର୍ମଚାରୀ । ଗତକାଲି ସକାଳୁ ବଲାଙ୍ଗୀର ସୁଦପଡା ମଦଭାଟି ମ୍ୟାନେଜରଙ୍କ ଘରେ ଚଢାଉ କରିଥିଲା ଆୟକର ବିଭାଗ । ବିପୁଳ ପରିମାଣର ଟଙ୍କା ଜବତ କରିଛି ଆଇଟି । ପ୍ରାୟ ୫୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । କଡ଼ା ସୁରକ୍ଷାରେ ଜବତ ଟଙ୍କାକୁ ୧୯ଟି ବ୍ୟାଗ, ପେଟି ଓ ଟିଣ ବାକ୍ସରେ ଭର୍ତି କରି ଏସବିଆଇ ଶାଖାକୁ ନିଆଯାଇଛି । ଟଙ୍କା ପେଟି ବୋହିବାକୁ ୭ରୁ ୮ ଜଣ ଶ୍ରମିକଙ୍କୁ ନିୟୋଜିତ କରାଯାଇଥିଲା ।

ଟଙ୍କା ଗଣିବା ସମୟରେ ମେସିନ୍ ଅଚଳ ହୋଇଥିବା ଜଣାପଡ଼ିଛି । ସେଥିପାଇଁ ଆୟକର ବିଭାଗ ଅଧିକ ମେସିନ୍ ଓ କର୍ମଚାରୀ ମଗାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ ୧୦ ଦିନ ତଳେ ବଲାଙ୍ଗୀରକୁ ବଡ ବଡ ବ୍ୟାଗରେ ଟଙ୍କା ଭର୍ତ୍ତିହୋଇ ସୁଦପଡାର ଭାଟି ମ୍ୟାନେଜରଙ୍କ ଘରକୁ ଆସିଥିଲା । ସେପଟେ ଚଢ଼ାଉ ବେଳେ ବୌଦ୍ଧ ଜିଲ୍ଲାରେ ସାଂଘାତିକ ଘଟଣା ଦେଖିବାକୁ ମିଳିଛି । ହରଭଙ୍ଗା ବ୍ଲକ ସାମ୍ପୋଚ ପଂଚାୟତର ତିତିରିକଟାରେ ଥିବା ଡିଷ୍ଟିଲାରୀ ପାଚେରୀ ବାହାରେ ପୁଳାପୁଳା ୫ଶହ ଟଙ୍କିଆ ନୋଟ୍ ପଡ଼ିଥିବା ଦେଖିବାକୁ ମିଳିଥିଲା । କିଛି ଚିରାଫଟା ନୋଟ୍ ମଧ୍ୟ ଥିଲା । ତା’ଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପଡ଼ିଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ