Masthead

ସ୍ୱାମୀ ମାଗିଲେ ତଥ୍ୟ, ସ୍ତ୍ରୀଙ୍କୁ ମାଡ଼

ଦଶରଥପୁର (ବଡ଼ ଖବର ବ୍ୟୁରୋ): ଦୁର୍ନୀତି ବିରୋଧ ରେ ଆରଟିଆଇ ତଥ୍ୟ ମାଗିବାରୁ ସଂଘବଧ ଭାବେ ଆକ୍ରମଣ । ଏହିଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ଦଶରଥପୁର ଥାନା ରାହାସୋଇ ପଞ୍ଚାୟତରେ । ପଞ୍ଚାୟତର ସୂଚନା ଅଧିକାର କର୍ମୀ ଅଶୋକ ପତି ପଞ୍ଚାୟତର ବିଭିନ୍ନ ଦୁର୍ନୀତିକୁ ବିରୋଧ କରିବା ସହ ଆରଟିଆଇ ରିପୋର୍ଟ ମାଗିଥିଲେ । ପଞ୍ଚାୟତର ବିଭିନ୍ନ ଉନ୍ନୟ ମୂଳକ କାମରେ ଦୁର୍ନୀତି ହେଉଥିବା ଜାଣି ବିରୋଧ କରିବା ସହ ଆରଟିଆଇ ରିପୋର୍ଟ ମାଗିଥିଲେ । ଏହାପରେ ବ୍ଲକ ପ୍ରଶାସନିକ ଅଧିକାରୀ ତଦନ୍ତ କରି ପଂଚାୟତସ୍ତରରେ କିଛି କାମକୁ ବନ୍ଦ କରିଦେଇଛନ୍ତି ।

କାମ ବନ୍ଦ ହୋଇଯିବାରୁ କାମ କରୁଥିବା ବ୍ୟକ୍ତି ଆକ୍ରୋଶମୂଳକ ଭାବେ ବାରମ୍ବାର ଅଶୋକଙ୍କୁ ଗାଳିଗୁଲଜ କରନ୍ତି। ଗତକାଲି ସନ୍ଧ୍ୟାରେ ପାଟିତୁଣ୍ଡ କରିଥିଲେ । ଯାହାକୁ ନେଇ କିଛି ଯୁବକ ଅଶୋକ ପତିଙ୍କୁ ମାଡ଼ ମାରିବା ସହ ତାଙ୍କ ସ୍ତ୍ରୀ ଲଳିତା ପତିକୁ ଉଠାଇ ନେବା ସହ ରାସ୍ତା ଉପରେ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରିଥିଲେ । ଘଟଣାସ୍ଥଳରେ ଦଶରଥପୁର ପୋଲିସ ପହଞ୍ଚି ଅଶୋକ ପତି ଏବଂ ତାଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରିବା ସହ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ତେବେ ଏଭଳି ଅମାନବୀୟକାଣ୍ଡ ଘଟାଇ ଥିବା ଅନ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିବାକୁ ସାଧାରଣତଃ ରେ ଦାବି ଜୋରଧରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା