ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ: ସେପ୍ଟେମ୍ବର ୮ ସକାଳ ୯ଟା ୩୫ରୁ ୧୦ଟା ୭ଭିତରେ ନବାନ୍ନ ଲାଗି

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଆଦି ପରମ୍ପରା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ। ବଲାଙ୍ଗୀର ଜିଲ୍ଲାରେ ନୂଆଁଖାଇ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ ହୋଇଛି। ସମଗ୍ର ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଏହି ଲଗ୍ନ ଧାର୍ଯ୍ୟ କରିଛନ୍ତି। ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ବଲାଙ୍ଗୀର ପାଟନାରାଜ୍ୟ ଅଧିଷ୍ଠାତ୍ରୀ ଦେବୀ ମାଁ ପାଟଣେଶ୍ୱରୀଙ୍କ ଠାରେ ପୂଜାର୍ଚ୍ଚନା ସହ ଶୈଳଶ୍ରୀ ପ୍ୟାଲେସ ବାବା ନୀଳକଣ୍ଠ ମନ୍ଦିରରେ ଏହି କାର୍ଯ୍ୟକ୍ରମ ହୋଇଛି।

ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ୮ ତାରିଖ ରବିବାର ବିଶୁଦ୍ଧ ତୁଳ ଲଗ୍ନ ଶୁଭବେଳା ଦିନ ୯ଟା ୩୫ରୁ ୧୦ଟା ୭ ମିନିଟ ମଧ୍ୟରେ ନବାନ୍ନ ଲାଗି ହେବ। ପାଟଣାଷ୍ଟେଟ ଅଧିଷ୍ଠାତ୍ରୀ ଦେବୀ ତଥା ମହାରାଜାଙ୍କ ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଆନୁଯାୟୀ ଲଗ୍ନ ଧାର୍ଯ୍ୟ ହେଉଛି। ପାଟଣେଶ୍ୱରୀ ହେଉଛନ୍ତି ବଡ଼ ଭଉଣୀ ଓ ସମଲେଶ୍ଵରୀ ହେଉଛନ୍ତି ସାନ ଭଉଣୀ। ଏହି ରୀତିନୀତି ଆନୁଯାୟୀ ପ୍ରଥମେ ବଡ଼ ଭଉଣୀର ରାଜ୍ୟ ତଥା ବଲାଙ୍ଗୀର ଜିଲ୍ଲାରୁ ହିଁ ଏହି ଲଗ୍ନ ଧାର୍ଯ୍ୟର ପରମ୍ପରା ରହିଛି। ଯାହାକି ଆଜି ପର୍ଯ୍ୟନ୍ତ ପାଳନ ହୋଇଆସୁଛି। ମା’ଙ୍କ ପାଖରେ ନବାନ୍ନ ଲାଗି ହେବା ପରେ ନୂଆ ଖାଇବେ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ