Masthead

ଲଖିମପୁର ଖେରି ମାମଲା; ମୃତ ଚାଷୀ ପରିବାରକୁ ମିଳିବ ୧ କୋଟି ସହାୟତା

ଲଖିମପୁର(ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରି ମାମଲାର ଚର୍ଚ୍ଚା ଦିନକୁ ଦିନ ସାରା ଦେଶରେ ବଢିବାରେ ଲାଗିଛି । ଏନେଇ ରାଜନୈତିକ ମାହୋଲ ମଧ୍ୟ ସରଗରମ ହୋଇଉଠିଛି । କାହାକୁ ବିମାନବନ୍ଦଳରରୁ ଫେରାଇ ଦିଆଯାଉଛି ତ ଆଉ କାହାକୁ ଗିରଫ କରାଯାଉଛି । ଆଗକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାରୁ ଏହାକୁ ଏକ ବଡ଼ ରାଜନୈତିକ ମୁଦ୍ଦା କରିବା ଲକ୍ଷରେ ବିରୋଧୀ ଦଳ ଅଛନ୍ତି । ଏହା ମଧ୍ୟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ତେବେ ଘଟଣାରେ ମୃତ୍ୟୁବରଣ କରିଥିବା ୮ ଜଣ ଚାଷୀଙ୍କ ପରିବାରକୁ ଉଭୟ ସରକାର ୫୦-୫୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ଏ ଖବର ସାମ୍ନାକୁ ଆସିବା ପରେ ପୁଣି ଆଉ ଥରେ ଉତ୍ତରପ୍ରଦେଶରେ ରାଜନୀତି ଚଳଚଞ୍ଚଳ ହୋଇଉଠିଛି । ସେପଟେ ଉତ୍ତରପ୍ରଦେଶ ସରକାର ବିରୋଧୀ ଦଳର ନେତାମାନଙ୍କୁ ଲଖିମପୁର ଆସିବାକୁ ଅନୁୁମତି ଦେଇଥିବାର କଥା ସାମ୍ନାକୁ ଆସିଛି । ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ସମେତ କଂଗ୍ରେସର ୫ ନେତାଙ୍କୁ ଲଖିମପୁର ଆସିବାକୁ ଅନୁମତି ମିଳିଛି । ଏହି ଲିଷ୍ଟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି ଓ ଯୁବନେତା ସଚିନ ପାଇଲଟ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା