Masthead

ଅଣଆୟତ୍ତ ଲକ୍ଷ୍ମୀ ମାର୍କେଟ ନିଆଁ

ପୁରୀ (ବଡ଼ ଖବର ବ୍ୟୁରୋ):  ପୁରୀ ମରିଚିକୋଟ ଛକ ଲକ୍ଷ୍ମୀ ମାର୍କେଟ କଂପ୍ଲେକ୍ସ ନିଆଁ ଅଣାୟତ୍ତ । ପ୍ରଥମ ମହଲାରେ ଲାଗିଥିବା ନିଆଁ ଦ୍ବିତୀୟ ମହଲାକୁ ବ୍ୟାପିଲା । ୨ୟ ମହଲାରେ ଥିବା ବ୍ୟାଙ୍କ ଓ ସମ୍ରାଟ ଫେସନକୁ ବ୍ୟାପିଲା ନିଆଁ । କାଲି ରାତି ୮ଟାରୁ ନିଆଁ ଲାଗିଥିଲେ ବି ନିୟନ୍ତ୍ରଣକୁ ଆସୁନି । ଏପର୍ଯ୍ୟନ୍ତ ନିଆଁକୁ ଆୟତ କରାଯାଇପାରିନାହିଁ । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ କରିବାକୁ ଜୋରଦାର ଉଦ୍ୟମ କରାଯାଉଛି । ଗତକାଲି ରାତି ତମାମ ଅଗ୍ନିଶମବାହିନୀ ପକ୍ଷରୁ ନିଆଁ ଲିଭାଇବା ପାଇଁ ଉଦ୍ୟମ କରାଯାଇଥିଲା ।

ହେଲେ ୧୨ ଘଣ୍ଟା ପରେ ବି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରାଯାଇପାରିନାହିଁ । ଏବେ ପୁରା ପରିବେଶ ଧୂଆଁମୟ ହୋଇ ରହିଛି । ଅଚେତ ଅବସ୍ଥାରେ ଦୁଇ ଜଣଙ୍କ ସମେତ ଅନେକ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି । ମାର୍କେଟ୍ କମ୍ପ୍ଲେକ୍ସରେ ଥିବା ପ୍ରଥମ ମହଲାର ଏକ ଦୋକାନରୁ ନିଆଁ ଲାଗିଯାଇଥିଲା । ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ