ଦୁର୍ଗା ପୂଜା ଭଳି କଟକଣାରେ ପାଳିତ ହେବ ଲକ୍ଷ୍ମୀ ପୂଜା, କାଳୀ ପୂଜା, କାର୍ତ୍ତିକ ପୂର୍ଣ୍ଣିମା…

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲକ୍ଷ୍ମୀ ପୂଜା, କାଳୀ ପୂଜା, କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଗାଇଡଲାଇନ ଜାରି କଲା ବିଏମସି।  କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଦୁର୍ଗା ପୂଜା ଭଳି ଏହି ସବୁ ପୂଜା ମଧ୍ୟ  କଟକଣାରେ ପାଳିତ ହେବ। ପୂଜା ବେଶୀ ଆଡ଼ମ୍ବରପୂର୍ଣ୍ଣ ହେବ ନାହିଁ। କେବଳ ରୀତିନୀତି ପାଇଁ ପୂଜାର୍ଚ୍ଚନା ହେବ।  ବିଏମସି ଗାଇଡଲାଇନ ଅନୁଯାୟୀ ଆବଦ୍ଧ ମଣ୍ଡପରେ ବିନା ଭକ୍ତରେ ମୂର୍ତ୍ତି ପୂଜା କରାଯିବ। ପୂଜା ସମୟରେ ପ୍ରକାରର ଗହଳି ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନା କରାଯାଇଛି ।

ଦୁର୍ଗାଙ୍କ ପରି ଲକ୍ଷ୍ମୀଙ୍କର ମୂର୍ତ୍ତି ମଧ୍ୟ ପୂର୍ବପରି ୪ ଫୁଟ ଉଚ୍ଚତା ବିଶିଷ୍ଟ ହେବ। ପୂଜା ମଣ୍ଡପରେ ଏକା ସାଙ୍ଗରେ ୭ରୁ ଅଧିକ ଲୋକଙ୍କୁ ବାରଣ ହୋଇଛି । ସେହିପରି ପେଣ୍ଡାଲରେ ପୂଜା ପାଇଁ ବିଏମସିର ଅନୁମତି ନେବା ସହ ପୂଜା ପେଣ୍ଡାଲ ଆବଦ୍ଧ ରହିବ।। ପୂଜା ପରେ କୌଣସି ଶୋଭାଯାତ୍ରାକୁ ଅନୁମତି ମିଳିବ ନାହିଁ। କୃତ୍ରିମ ପୋଖରୀରେ ବିସର୍ଜନ ହେବ । ଏହାସହିତ ଯେଉଁମାନେ ବିସର୍ଜନରେ ସାମିଲ ହେବେ, ସେମାନେ କୋଭିଡ୍ ଟିକା ଦୁଇ ଡୋଜ୍ ନେଇଥିବାକୁ ପୂଜା କମିଟି ସୁନିଶ୍ଚିତ କରାଇବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ