Masthead

ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ଲଲନ ସିଂହଙ୍କ ଇସ୍ତଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଗାମୀ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏବେଠାରୁ ସାରା ଦେଶରେ ନିର୍ବାଚନୀ ମାହୋଲ ସୃଷ୍ଟି ହୋଇଛି । ବିଭିନ୍ନ ରାଜନୈତିକ ଦଳମାନେ ସେମାନଙ୍କର ସଂଗଠନରେ ନୂଆ ନୂଆ ନେତାଙ୍କୁ ଦାୟିତ୍ୱ ଦେଉଛନ୍ତି । ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ଜେଡି(ୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ ସିଂ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଗତ ଏକ ସପ୍ତାହ ଧରି ଜେଡିୟୁର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ବେଶ ଚର୍ଚ୍ଚା ହେଉଥିଲା ।

ଏହା ମଧ୍ୟରେ ଶେଷରେ ଲଲନ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ଆଜି ଦିଲ୍ଲୀରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଥିବା ବେଳେ ଉକ୍ତ ବୈଠକରେ ଲଲନଙ୍କୁ ନେଇ କିଛି ନିଷ୍ପତ୍ତି ହୋଇପାରେ ବୋଲି ପୂର୍ବରୁ ଶୁଣାଯାଉଥିଲା । ତେବେ ଲଲନଙ୍କ ପରେ ନୀତିଶ କୁମାର ଦଳର କମାଣ ଧରିବେ କି ବୋଲି ଚର୍ଚ୍ଚା ହେଉଛି । ଲଲନଙ୍କ ଇସ୍ତଫା ପଛର କାରଣ ସାମ୍ନାକୁ ଆସିନାହିଁ । ଲଲନଙ୍କ ଇସ୍ତଫା ପରେ ଜେଡିୟୁର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନୀତିଶଙ୍କ ନାମ ପ୍ରସ୍ତାବ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ