Masthead

ପଞ୍ଚଭୂତରେ ବିଲୀନ ହେଲେ ଲଳିତ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲା ଶ୍ରମିକ ନେତା ତଥା ସମାଜସେବୀ ଲଳିତ ନାୟକଙ୍କ ମର ଶରୀର । ବଲାଙ୍ଗିର ବିଭୁତିପଡ଼ା ସ୍ଥିତ ଶ୍ମଶାନରେ ତାଙ୍କର ଶେଷକୃତ ସମ୍ପନ୍ନ ହୋଇଛି। ତାଙ୍କ ପୁତୁରା ଜ୍ୟୋତି ନାୟକ ମୁଖାଗ୍ନି ଦେଇଛନ୍ତି । ଆଜି ଭୋରରେ ଭୁବନେଶ୍ୱର ଏମ୍ସରେ ଲଳିତ ନାୟକଙ୍କ ଦେହାନ୍ତ ହୋଇଥିଲା। ଦୀର୍ଘ ଦିନ ଧରି ସେ ମେଡିକାଲରେ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ତାଙ୍କ ମର ଶରୀରର ଶେଷ ନର୍ଶନ ପାଇଁ ବଲାଙ୍ଗିର ରୁଗୁଡିପଡ଼ା ସ୍ଥିତ ଘରକୁ ନିଆଯାଇଥିଲା। ରାଜନୀତିରେ ନିଜର ପ୍ରତିପତ୍ତି ପ୍ରତିଷ୍ଠା କରିପାରିନଥିଲେ ମଧ୍ୟ ସମାଜସେବା ଓ ସ୍ୱେଛାକୃତ ରକ୍ତଦାନ କରି ସେ ସାରା ଓଡ଼ିଶାରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ପଶ୍ଚିମ ଓଡ଼ିଶା ଶ୍ରମିକ ସଂଗଠନର ସଭାପତି ସହ ପ୍ରାୟ ୫୦ ଟି ସଂଗଠନର ସଭାପତି ଭାବରେ ସେ କାର୍ଯ୍ୟ ତୁଲାଇ ଆସୁଥିଲେ। ଗତ ତିନି ଦଶନ୍ଧି ଧରି ସେ ନିଶ୍ୱାର୍ଥପର ଭାବେ ଲୋକଙ୍କ ସେବା କରି ଆସୁଥିଲେ। ତାଙ୍କ ବିୟୋଗରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ