Masthead

୪୪ଟି ତହସିଲରେ ଜମି କିଣାବିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ଆଉ ୪୪ଟି ତହସିଲରେ ଆରମ୍ଭ ହେଲା ଉପନିବନ୍ଧନ କାର୍ଯ୍ୟାଳୟ ।  ଅନଲାଇନରେ ସ୍ଲଟ ବୁକ କଲେ ହୋଇପାରିବ ଜମି କିଣାବିକା । ପୂର୍ବରୁ ୨୧୭ଟି ତହସିଲରେ ଉପନିବନ୍ଧନ କାର୍ଯ୍ୟାଳୟ ଭାବେ କାର୍ଯ୍ୟ କରି ଆସୁଥିଲେ । ଆଜି ୧୩ ଜିଲ୍ଲାର ୪୪ଟି ତହସିଲରେ ଆରମ୍ଭ ହୋଇଛି । ଆଉ ବାକି ୫୬ଟି ତହସିଲରେ ଡିସେମ୍ବରରେ ଶୁଭାରମ୍ଭ କରିବାକୁ ସରକାର ଯୋଜନା କରିଛନ୍ତି । ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ସବ୍‌-ରେଜିଷ୍ଟ୍ରେସନ୍‌ କାର୍ଯ୍ୟାଳୟ ଆରମ୍ଭ ହୋଇଛି । ବାକି ଥିବା ଅନ୍ୟ ତହସିଲଗୁଡ଼ିକରେ ମଧ୍ୟ ଆସନ୍ତା ଡିସେମ୍ବର ସୁଦ୍ଧା ଏହି ସେବା ଉପଲବ୍ଧ ହେବ। ଏହା ପୂର୍ବରୁ ଇ-ରେଜିଷ୍ଟ୍ରେସନ୍‌ ମୋବାଇଲ୍‌ ଆପ୍ ମଧ୍ୟ ଆରମ୍ଭ କରାଯାଇଛି।

ପ୍ରଶାସନିକ କାର୍ଯ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସୁନିଶ୍ଚିତ କରିବା, ଉନ୍ନତମାନର ସେବା ପ୍ରଦାନ କରିବା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ହେଉଛି ଏହି ପଦକ୍ଷେପର ମୂଳ ଲକ୍ଷ୍ୟ। ଜନସାଧାରଣଙ୍କ ନିକଟରେ ସେବା ପହଞ୍ଚିବା ଦ୍ୱାରା ରେଜିଷ୍ଟ୍ରେସନ୍‌ କାର୍ଯ୍ୟକଳାପ ବୃଦ୍ଧି ପାଇବ। ଯାହା ଫଳରେ ରାଜସ୍ୱ ଆଦାୟରେ ମଧ୍ୟ ଉନ୍ନତି ଆସିବ। ଏହି ସଂସ୍କାରମୂଳକ ପଦକ୍ଷେପ ଜରିଆରେ ଲୋକଙ୍କ ସରକାର ନିଜର ପ୍ରତିବଦ୍ଧତାକୁ କାର୍ଯ୍ୟରେ ପରିଣତ କରୁଛନ୍ତି। ଯାହାଦ୍ୱାରା ନାଗରିକମାନଙ୍କର ସରକାରୀ ବ୍ୟବସ୍ଥା ଉପରେ ଆସ୍ଥା ଅଧିକ ଦୃଢ଼ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ