Masthead

ମୁମ୍ବାଇରେ ଭୂସ୍ଖଳନ : ୩୨ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମୁମ୍ବାଇରେ ବଡ଼ ଧରଣର ଅଘଟଣ । ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିଛି । ତା ସହ ୩୦ ଜଣଙ୍କର ମୃତ୍ୟୁ ଘଟିଛି । ବଜ୍ରପାତରେ ୨ ଜଣଙ୍କର ଜୀବନ ଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା କାରଣରୁ ସହରର ଅନେକ ଅଞ୍ଚଳ ପାଣିରେ ବୁଡ଼ି ରହିଛି । ଫଳରେ ରବିବାର ଦିନ ବିଭିନ୍ନ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏଥିସହିତ ଆର୍ଥିକ ରାଜଧାନୀରେ ଲୋକାଲ୍‌ ଟ୍ରେନ ସେବା ବ୍ୟାହତ ହୋଇଛି।

ପ୍ରବଳ ବର୍ଷା କାରଣରୁ ୱେଷ୍ଟର୍ଣ୍ଣ ରେଲୱେ ଏବଂ ସେଣ୍ଟ୍ରାଲ ରେଲୱେ ପକ୍ଷରୁ କିଛି ସମୟ ପାଇଁ ଲୋକାଲ୍ ଟ୍ରେନ ସେବାକୁ ବନ୍ଦ ରଖାଯାଇଛି। ସେହିଭଳି ଅନେକ ଦୂରଗାମୀ ଟ୍ରେନକୁ ବାଟରେ ଅଟକାଯାଇଛି । ପାହାଡ଼ ତଳେ ଥିବା କେତେକ ଘର ଉପରେ ଭୂସ୍ଖଳନ ହେବାଦ୍ବାରା ୨୨ ଜଣ ଲୋକଙ୍କ ଜୀବନ ଯାଇଛି। ରାତି ପ୍ରାୟ ଗୋଟାଏରେ ମୁମ୍ବାଇ ମହୁଲ ଅଞ୍ଚଳର ଭରତନଗର ଅଞ୍ଚଳରେ ଏହି ଅଘଟଣ ଘଟିଛି। ଏଥିରେ ୭ ଜଣ ଆହତଙ୍କୁ ସ୍ଥାନୀୟ ରାଜୱାଡ଼ି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେହିଭଳି ବିକ୍ରୋଲି ଅଞ୍ଚଳରେ ଗୋଟିଏ ଛୋଟ ଘର ଭୂଶୁଡ଼ି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ରାତି ପ୍ରାୟ ୨ଟା ୩୦ ମିନିଟରେ ଏହି ଅଘଟଣ ଘଟିଛି ବୋଲି ଜଣେ ଅଧିକାରୀ କହିଛନ୍ତି।

ଏଥିରେ ୨ ଜଣ ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ଷା ବିପର୍ଯ୍ୟୟର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୋମବାର ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଅନେକ ଧନଜୀବନ କ୍ଷତି ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ବ୍ୟକ୍ତ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ମୃତକଙ୍କ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ