Masthead

ହିମାଚଳପ୍ରଦେଶରେ ପୁଣି ଭୂସ୍ଖଳନ

ଜମ୍ମୁ-କଶ୍ମୀର (ବଡ଼ ଖବର ବ୍ୟୁରୋ):  ହିମାଚଳପ୍ରଦେଶରେ ପୁଣି ଭୂସ୍ଖଳନ ।   ସିରମୌର ନୌହରାଧାର ଅଞ୍ଚଳ ଅଧୀନସ୍ଥ ଚୌକର ଗ୍ରାମରେ ବଡ଼ ଧରଣର ଭୂସ୍ଖଳନ ।   ଏକ ପର୍ବତର ବିଶାଳ ଅଂଶ ଭୁଶୁଡ଼ି ଯାଇଛି  ।  ଏହି ଭୂସ୍ଖଳନ ଏବଂ ପାହାଡ଼ ଧସିବା ଯୋଗୁଁ ନିକଟରେ ଅନେକ ଘର ଏବଂ ଲୋକମାନେ ବିପଦରେ ଅଛନ୍ତି ।   କର୍ତ୍ତୃପକ୍ଷ  ସ୍ପଷ୍ଟ କରିଛନ୍ତି ଯେ ଦୁର୍ଘଟଣା ସମୟରେ ସେଠାରେ ୫ ଜଣ ଉପସ୍ଥିତ ଥିଲେ  ।  ସୌଭାଗ୍ୟବଶତଃ ସମସ୍ତେ ସୁରକ୍ଷିତ ଅଛନ୍ତି ।   ଭୂସ୍ଖଳନର ଭିଡିଓ ଏବେ ଭାଇରାଲ୍‌ ହେଉଛି ।

ଏଥିରେ ଦେଖିବାକୁ ମିଳିଛି ଯେ ହଠାତ୍‌ ଭୂମିତଳୁ ପାଣିର ପ୍ରଖର ସ୍ରୋତରେ ଭୂମି ଫାଟିଯିବା ସହ  କିଛି ସେକେଣ୍ଡ ମଧ୍ୟରେ ଗଛ ଏବଂ ସବୁକିଛି ଭାସି ଯାଉଛି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଅନୁଯାୟୀ ଚଳିତ ମୌସୁମୀ ଋତୁରେ ହିମାଚଳରେ  ୩୫୫ ଲୋକଙ୍କ ମୃତ୍ୟୁ ହୋଇଛି ।  ଏଥି ମଧ୍ୟରୁ ୧୯୪ ଜଣଙ୍କର ଭୂସ୍ଖଳନ, ଅଚାନକ ବନ୍ୟା, ପାଣିରେ ବୁଡ଼ିଯାଇ ଏବଂ ବଜ୍ରାଘାତରେ ମୃତ୍ୟୁ ହୋଇଛି।  ହିମାଚଳରେ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ୩୭୯ ଜଣ ଆହତ ହୋଇଥିବା ବେଳେ ୪୯ ଜଣ ନିଖୋଜ ଅଛନ୍ତି ।   ୧୨୮୦ରୁ ଅଧିକ ଘର ଧ୍ବଂସ ହୋଇଯାଇଛି ।  ରାଜ୍ୟରେ ବର୍ଷା ବିପର୍ଯ୍ୟୟ ପାଇଁ  ପ୍ରାୟ ୩୮୦୦ କୋଟିରୁ ଅଧିକ ଟଙ୍କାର କ୍ଷୟକ୍ଷତି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ