Masthead

ହିମାଚଳ ପ୍ରଦେଶରେ ଭୂସ୍ଖଳନ, ୫୫ରୁ ଅଧିକ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ । ବଢି ଚାଲିଛି ଭୂସ୍ଖଳନ । ରାଜଧାନୀ ସିମଲାର କ୍ରିଷ୍ଣ ନଗର ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏକ ଘର ଦବି ହୋଇଯାଇଥିବାରୁ ଅନେକ ଲୋକ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି । କୋଠାଟି ହଠାତ୍ ଭୁଶୁଡ଼ିପଡ଼ିବାରୁ ଅନେକ ଯାନବାହନ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । କୋଠା ଉପରେ ଏକ ଗଛ ପଡ଼ିବାରୁ କୋଠାଟି ଭୁଶୁଡ଼ି ପଡ଼ିଥିବା କୁହାଯାଉଛି । ମୁଖ୍ୟମନ୍ତ୍ରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହ ବରିଷ୍ଠ ଅଧିକାରୀଙ୍କ ସହ ଜରୁରୀ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ କେଉଁଠି ଭସ୍ଖଳନ ତ ପୁଣି କେଉଁଠି ହେଉଛି ବାଦଲଫଟା ବର୍ଷା । ସେହିପରି ଉତରାଖଣ୍ଡ ମଧ୍ୟ ଭୀଷଣ ମାତ୍ରାରେ କ୍ଷତିଗସ୍ତ ହୋଇଛି ।ଭୂସ୍ଖଳନ ଓ ବାଦଲ ଫଟା ବର୍ଷା ଯୋଗୁଁ ରାଜ୍ୟରେ ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ଏହାସହ ଅନେକ ଲୋକ ନିଖୋଜ ଥିବା ମଧ୍ୟ ସୂଚନା ମିଳିଛି । ପ୍ରବଳ ବର୍ଷା ଯୋଗୁଁ ୧୧୪ ବର୍ଷ ପୁରୁଣା କାଲକା-ଶିମଲା ରେଲୱେ ଟ୍ରାକ୍ ମଧ୍ୟ ସମ୍ପୂର୍ଣ୍ଣ ରୂପେ କ୍ଷତିଗ୍ରସ୍ତ ହୋଇଛି ।ଭୂସ୍ଖଳନ ପାଇଁ ଏବେ ବି ଅନେକ ମାଟି ତଳେ ଫସିଥିବା ସନ୍ଦେହ ହେଉଛି । ରବିବାର ଠାରୁ ବର୍ଷା ଲାଗି ରହିଥିବାରୁ ଏକାଧିକ ସ୍ଥାନରେ ଭୂସ୍ଖଳନ ହୋଇଛି । ଉଦ୍ଧାର କାର୍ୟ୍ୟରେ ଏନଡିଆରଏଫ, ଆଇଟିବିପି,ଏସଡିଆରଏଫ, ଆର୍ମି, ପୋଲିସ ମୁତୟନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ