Masthead

ଆଜି ସରିବ ୨୦୦୦ ନୋଟ୍ ବଦଳ ଅବଧି, ବଢ଼ିପାରେ ବଦଳାଇବା ସମୟ ସୀମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସରିବ ୨୦୦୦ ନୋଟ୍ ବଦଳ ଅବଧି । ମେ’ ୧୯ରେ ଏହି ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ମେ’ ୨୩ରୁ ନୋଟ୍ ବଦଳାଇବା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ନୋଟଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା ଲାଗି ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ୩୦ ପର୍ୟ୍ୟନ୍ତ ସମୟ ଦେଇଥିଲା ଯାହା ଆଜି ଶେଷ ହେଉଛି । ତେବେ ଭାରତର ରିଜର୍ଭ ବ୍ୟାଙ୍କ ଅକ୍ଟୋବର ଶେଷ ପର୍ୟ୍ୟନ୍ତ ୨୦୦୦ ଟଙ୍କିଆ ନୋଟ୍ ଫେରସ୍ତ କରିବାର ସମୟସୀମା ବୃଦ୍ଧି କରିପାରେ ବୋଲି ମନି କଣ୍ଟ୍ରୋଲର ରିପୋର୍ଟରୁ ଜଣାପଡ଼ିଛି। ଆରବିଆଇ ସମୟସୀମା ବୃଦ୍ଧି କରିବାକୁ ଚିନ୍ତା କରୁଛି। ସମୟସୀମା ବୃଦ୍ଧି ପଛରେ ଅନେକ କାରଣ ଅଛି, କିନ୍ତୁ ଏହାର ମୁଖ୍ୟ କାରଣ ହେଉଛି ଅନେକ ଭାରତୀୟ ବିଦେଶରେ ରହନ୍ତି।

ଏଭଳି ପରିସ୍ଥିତିରେ ଏହି ଏନ୍‌ଆରଆଇମାନଙ୍କୁ ଆଉ ଏକ ମାସର ସମୟ ମିଳିଯିବ, ଯାହା ମାଧ୍ୟମରେ ସେମାନେ ସହଜରେ ୨୦୦୦ ଟଙ୍କା ନୋଟ୍‌ ବ୍ୟାଙ୍କରେ ଜମା କରିପାରିବେ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଗତ ୧୯ ମଇରେ ରିଜର୍ଭ ବ୍ୟାଙ୍କ ୨୦୦୦ ଟଙ୍କିଆ ନୋଟକୁ ପ୍ରତ୍ୟାହାର କରିନେଇଥିଲା। ୨୦୦୦ ଟଙ୍କିଆ ନୋଟ୍‌କୁ ଜମା କିମ୍ବା ବିନିମୟ କରିବାକୁ ପ୍ରାୟ ଚାରି ମାସ ସମୟ ଦେଇଥିଲା। ତଥାପି ଏପର୍ୟ୍ୟନ୍ତ ୨୪,୦୦୦ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ଫେରିନାହିଁ । ଦୁଇ ହଜାର ଟଙ୍କିଆ ନୋଟ୍‌ ବିନିମୟ କିମ୍ବା ଜମା କରିବାର ଶେଷ ତାରିଖ ୩୦ ସେପ୍ଟେମ୍ବର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼