Masthead

ରାଜ୍ୟରେ ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ହେବ ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ଓଡ଼ିଶାରେ ଚତୁର୍ଥ ତଥା ଦେଶରେ ଶେଷ ପର୍ଯ୍ୟାୟରେ ନିର୍ବାଚନ । ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା ଆସନରେ ହେବ ମତଦାନ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଛି । ୧୪ଶହ ବୁଥ୍ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏଥିପାଇଁ ନିୟୋଜିତ ହେବେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ।ଏହା’ସହ ଭୋଟିଂବେଳେ ମୁତୟନ ରହିବେ ୧୨୫ କମ୍ପାନୀ ସିଏପି। ସବୁଥର ଭଳି ଏଥର ବି PWD ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି।

ପୋଲିଂ ବୁଥକୁ ପ୍ରିଜାଇଡିଂ ଅଫିସରଙ୍କ ବ୍ୟତୀତ କୌଣସି ବ୍ୟକ୍ତି ମୋବାଇଲ ନେଇପାରିବେ ନାହିଁ। ୨୦୧୯ରେ ଏହି ୬ଟି ସଂସଦୀୟ କ୍ଷେତ୍ରରେ ୭୪ ପ୍ରତିଶତ ମତଦାନ ହାର ଥିବା ନେଇ ବି ଉଋଙ ସୂଚନା ଦେଇଥିଲେ। ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଲୋକସଭା ଓ ୪୨ଟି ବିଧାନସଭା ଆସନରେ ନୂଆ ନେତା ବାଛିବେ ଭୋଟର । ୯୯ଲକ୍ଷ ୬୧ ହଜାର ଭୋଟର ୪୬୦ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ