Masthead

ପ୍ରବୀର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା। ଓଡ଼ିଆ ସାମ୍ବାଦିକତା ଜଗତରେ ଲିଭିଗଲା ଆଉ ଗୋଟିଏ ଦୀପ। ଗୁରୁବାର ଓଡ଼ିଆ ସାମ୍ବାଦିକ ଜଗତର ଆଗଧାଡ଼ିର ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଦେହାନ୍ତ ହୋଇଛି। ତାଙ୍କ ଅକାଳ ବିୟୋଗରେ ସମଗ୍ର ଗଣମାଧ୍ୟମ ଜଗତରେ ଖେଳିଯାଇଛି ଶୋକର ଛାୟା। ତାଙ୍କ ଆତ୍ମାର ସଦଗତି ପାଇଁ ଆଜି ଭଦ୍ରକ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଶୋଭାଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରି ଟାଉନ ହଲ ପର୍ଯ୍ୟନ୍ତ ଯାଇଥିଲା। ଏଥିରେ ପ୍ରବୀର ଭାଇ ଅମର ରହେ ନାରା ଦିଆଯାଇଥିଲା। ଟାଉନ ହଲରେ ଏହି ଶୋଭାଯାତ୍ରା ପହଞ୍ଚି ସେଠାରେ ଏକ ମିନିଟ ନିରବ ପ୍ରାର୍ଥନା କରଯାଇ ତାଙ୍କ ଆତ୍ମାର ସଦଗତି କାମନା କରାଯାଇଥିଲା। ଶେଭାଯାତ୍ରାରେ ଭଦ୍ରକର ସମସ୍ତ ସମ୍ବାଦିକ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା