ଆସନ୍ତା ୩ଦିନ ଯାଏଁ ଘନ କୁହୁଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ । ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଆଶଙ୍କା ରହିଛି । କେତକ ସ୍ଥାନରେ ୫୦ମିଟର ପରେ ଆଉ କିଛି ଦେଖାଯାଉ ନାହିଁ । ଯାନବାହାନ ଚାଳକମାନଙ୍କୁ ଅଧିକ ସର୍ତକ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଶନିବାର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି । ବୌଦ୍ଧ, ସୁନ୍ଦରଗଡ଼, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ । ଯାହାକି ଚାଳକଙ୍କୁ ସମସ୍ୟା ସୃଷ୍ଟି କରିପାରେ । ୫ ତାରିଖ ବିଳମ୍ବିତ ରାତିରେ ଓ ୬ ତାରିଖ ଭୋର ସମୟରେ ଉତ୍ତର ଉପକୂଳ ସହ ଅନୁଗୁଳ, କଳାହାଣ୍ଡି, ମୟୁରଭଞ୍ଜ, ଖୋର୍ଦ୍ଧା, ଢେଙ୍କାନାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ