Masthead

ଆଜି ଓଡ଼ିଶାରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶାରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ । ଭିସି ମାଧ୍ୟମରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୦୨୫ ମାର୍ଚ୍ଚ ସୁଦ୍ଧା କୋଟିଏ ପରିବାର ସାମିଲ ଲକ୍ଷ୍ୟ । ୭୦ ବର୍ଷ ଉପରେ ଧନୀ, ଗରିବ ସମସ୍ତଙ୍କୁ ମିଳିବ ଚିକିତ୍ସା । ଆର ବର୍ଷ ମାର୍ଚ ସୁଦ୍ଧା ବନ୍ଦ ହୋଇପାରେ ବିଏସକେୱାଇ । ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ-ଗୋପବନ୍ଧୁ ଆରୋଗ୍ୟ କାର୍ଡ । ଯୋଜନାରେ ଉପକୃତ ହେବେ ସାଢ଼େ ୩ କୋଟି ହିତାଧିକାରୀ ।

ଦେଶର ୨୭ ହଜାର ହସ୍ପିଟାଲରେ ମିଳିବ ଚିକିତ୍ସା ସୁବିଧା । ଆଜି ଏହି ଯୋଜନାର ଦ୍ୱିତୀୟ ଭାଗକୁ ଗ୍ରହଣ କରିବେ ରାଜ୍ୟ ସରକାର । ଆୟୁଷ୍ମାନ ଯୋଜନା ଶୁଭାରମ୍ଭର ୬ ବର୍ଷ ପରେ ଓଡ଼ିଶା ପାଇବ ଲାଭ। ପୂର୍ବ ସରକାରଙ୍କ ଟାଳଟୁଳ ନୀତି ପାଇଁ ଆୟୁଷ୍ମାନ ପାର୍ଟ-୧ରୁ ବଞ୍ଚିତ ହୋଇଥିଲା ଓଡ଼ିଶା । ଭୋଟବ୍ୟାଙ୍କ ପାଇଁ ବିଏସକେୱାଇକୁ ଆପଣାଇ ଆୟୁଷ୍ମାନକୁ ଅଣଦେଖା କରିଥିଲେ ତତ୍କାଳୀନ ନବୀନ ସରକାର । କିନ୍ତୁ ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ଆୟୁଷ୍ମାନ ଲାଗୁ ହେବା ପାଇଁ ବାଟ ଫିଟିଛି।

ଏହି ଯୋଜନା ୧ କୋଟି ପରିବାରର ସାଢେ ୩ କୋଟି ଲୋକଙ୍କ ପାଇଁ ସଞ୍ଜିବନୀ ସାଜିବ । ଗାଇଡ ଲାଇନ ଓ ମୋଡାଲିଟ ପ୍ରସ୍ତୁତ କରି ଖୁବଶୀଘ୍ର ଓଡିଶାରେ ଯୋଜନାକୁ କାର୍ଯ୍ୟାକାରୀ କରିବେ ବିଜେପି ସରକାର । ସେହିପରି ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ । ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦେବାକୁ କାର୍ଯ୍ୟ ଆରମ୍ଭ କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ