Masthead

ବିଏସକେୱାଇ-ନବୀନ କାର୍ଡ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବିଏସକେୱାଇ ନବୀନ କାର୍ଡ ଶୁଭାରମ୍ଭ । ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଏସକେୱାଇ ନଥିବା ଲୋକ ନବୀନ କାର୍ଡରେ ଉପକୃତ ହେବେ । ସରକାରୀ ଚାକିରିଆ ଓ ଆୟକରଦାତାଙ୍କ ବାଦ୍‌ ସମସ୍ତେ ଉପକୃତ ହେବେ । ରାଜ୍ୟର ୯୦ ପ୍ରତିଶତ ଲୋକ ଚିକିତ୍ସା ସୁବିଧା ପାଇବେ । ଏହି କାର୍ଡ ଜରିଆରେ ଉଭୟ ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇରେ ପଞ୍ଜିକୃତ ହସ୍ପିଟାଲରେ ଜଟିଳ ରୋଗର ଚିକିତ୍ସା ସୁବିଧା ପାଇପାରିବେ ।

ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ରାଜ୍ୟର ଜନସଂଖ୍ୟାର ୯୦ ପ୍ରତିଶତ । ସେମାନଙ୍କୁ ବିଏସକେୱାଇ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ମିଳିବ । ଏହି କାର୍ଡ ଦ୍ୱାରା କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗର ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କାରଣ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ