Masthead

‘ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀଘାରେ ଜଗନ୍ନାଥ ଧାମ ବିବାଦ । ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କରିଛନ୍ତି।

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି ମନ୍ତ୍ରୀ କହିଛନ୍ତି। ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ମାତ୍ର ଅଢ଼େଇ ଫୁଟ ଉଚ୍ଚ ଦାରୁରେ ମୂର୍ତ୍ତି ନିର୍ମାଣ ଅସମ୍ଭବ। ରାମକୃଷ୍ଣ ଦାସମହାପାତ୍ର ଏହା କହୁ କହୁ କହି ଦେଇଥିବା ଜଣାଇଛନ୍ତି। ଭୁବନେଶ୍ବରର ସୁଦର୍ଶନ ମହରଣା ନିମ୍ବ କାଠରେ ମୂର୍ତ୍ତି ତିଆରି କରିଛନ୍ତି। ଏହି ମୂର୍ତ୍ତି ନେଇ ରାମକୃଷ୍ଣ ଦୀଘାରେ ଦେଇଛନ୍ତି ବୋଲି ଆଇନମନ୍ତ୍ରୀ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ସେପଟେ ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ ।

ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ । ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ ପାରିବ ନାହିଁ । ସେହିପରି ଦୀଘା ବେଳାଭୂମିକୁ ମହୋଦଧି କହିବାକୁ ବିରୋଧ କରୁଛୁ । ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବେ ରାଜ୍ୟ ସରକାର । ନ ମାନିଲେ ଆମେ ଆଇନର ଆଶ୍ରୟ ନେବୁ । ଅନ୍ୟପଟେ ଜଗନ୍ନାଥ ପ୍ରେମୀଙ୍କ ପ୍ରବଳ ବିରୋଧ ପରେ ନଇଁଲେ ଦିଦି । ଦୀଘା ମନ୍ଦିରରୁ ହଟିଲା ଜଗନ୍ନାଥ ଧାମ ଲେଖା । ପୁରୀରେ ପ୍ରବଳ ବିରୋଧ ପରେ ନାଁ ହଟାଗଲା । ବିଜେପି ମିଡିଆ ସେଲ ଅଧ୍ୟକ୍ଷ ଅମିତ ମାଲବ୍ୟ । ଟ୍ୱିଟରେ ଲେଖିଲେ ହିନ୍ଦୁ ଏକାଠି ହେଲେ ସବୁ ସମ୍ଭବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ