ଏହା ଏକ ସାମାନ୍ୟ ଦୁର୍ଘଟଣା… ଏହା ଲୀଳାମୟଙ୍କ ଲୀଳା: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଡପ ମଣ୍ଡପ ପହଣ୍ଡି ବିଜେବେଳେ ରଥରୁ ଖସି ପଡିଥିଲେ ବଡ ଠାକୁର। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରିପୋର୍ଟରେ ଆଇନ ମନ୍ତ୍ରୀ ଦର୍ଶାଇଛନ୍ତି, ଏହା ସାମାନ୍ୟ ଦୁର୍ଘଟଣା ଥିଲା। ଏହା ଲୀଳାମୟଙ୍କ ଲୀଳା। ଆହତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି। ରଥ ଉପରେ ଅଣସେବାୟତ ରହିବାର ଠୋସ ଅଭିଯୋଗ ନାହିଁ। ଆଗକୁ ଶୃଙ୍ଖଳିତ ନୀତି ପାଇଁ ପରିଚାଳନା ବୈଠକରେ ନିଷ୍ପତ୍ତି ହେବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’