Masthead

ବାବା ସିଦ୍ଦିକିଙ୍କ ହତ୍ୟା ପଛରେ ଲରେନ୍ସ ଗ୍ୟାଙ୍ଗ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବରିଷ୍ଠ ଏନସିପି ନେତା ତଥା ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୁମ୍ବାଇର ବାନ୍ଦ୍ରା ଇଷ୍ଟରେ ତାଙ୍କ ଉପରକୁ ଗୁଳି ଚଳାଇଲେ ଅଜଣା ଦୁର୍ବୃତ୍ତ। ଏନେଇ ପେଟ ଓ ଛାତିରେ ତାଙ୍କର ୨ ରୁ ୩ ରାଉଣ୍ଡ ଗୁଳି ବାଜିଛି। ଗୁଳିମାଡ଼ ପରେ ତାଙ୍କୁ ଲୀଳାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କର ହତ୍ୟା ପଛରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ହାତ ଥିବା ଦାବି କରାଯାଉଛି। ପୋଲିସ ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରିଛି। ଜଣେ ଫେରାର ଥିବା ଜଣାପଡିଛି। ଗିରଫ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ସେମାନେ ଲରେନ୍ସ ଗ୍ୟାଙ୍ଗର ବୋଲି ଦାବି କରିଛନ୍ତି।

ଗିରଫ ଦୁଇ ଅଭିଯୁକ୍ତ ହେଲେ କରନୈଲ ସିଂହ ଓ ଧର୍ମରାଜ କଶ୍ୟପ। କରନୈଲ ସିଂହ ହରିୟାଣାର ହୋଇଥିବା ବେଳେ ଧର୍ମରାଜ କଶ୍ୟପ ଉତ୍ତର ପ୍ରଦେଶ ବାସିନ୍ଦା ହୋଇଥିବା ଜଣାପଡିଛି। ତେବେ ଅଭିଯୁକ୍ତମାନେ ଗତ ୨୫ରୁ ୩୦ ଦିନ ଧରି ସେହି ଅଞ୍ଚଳର ରେକି କରୁଥିଲେ। ତିନି ଜଣ ଅଭିଯୁକ୍ତ ପ୍ରଥମେ ଅଟୋ ରିକ୍ସା ଦ୍ୱାରା ବାନ୍ଦ୍ରା ଇଷ୍ଟ ଶୁଟିଂ ସ୍ଥାନକୁ ଆସିଥିଲେ । ସୂତ୍ରରୁ ପ୍ରକାଶ ଯେ ବାବା ସିଦ୍ଧିକିଙ୍କ ଉପରକୁ ଗୁଳିମାଡ଼ କରିବା ପୂର୍ବରୁ ତିନିଜଣ ସେଠାରେ କିଛି ସମୟ ଅପେକ୍ଷା ମଧ୍ୟ କରିଥିଲେ। ଏହି ମାମଲାରେ ଅନ୍ୟ ଅଭିଯୁକ୍ତମାନେ ମଧ୍ୟ ସାମିଲ ଥିବା ପୁଲିସ ସନ୍ଦେହ କରୁଛି। ଶନିବାର ବାବା ଜିଆଉଦ୍ଦିନ ସିଦ୍ଦିକି ଓରଫ୍ ବାବା ସିଦ୍ଦିକି ନିଜ ପୁଅ ଜିଶାନ ସିଦ୍ଦିକିଙ୍କ ଅଫିସକୁ ଯାଇଥିଲେ।

ସେତେବେଳେ ଅଚାନକ ତାଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ ହୋଇଥିଲା। କାର୍ ଭିତରେ ବସିବା ପରେ ହିଁ ତାଙ୍କ ଉପରକୁ ୬ ରାଉଣ୍ଡ ଗୁଳିମାଡ଼ କରାଯାଇଥିଲା। ତେବେ କାହିଁକି ତାଙ୍କୁ ହତ୍ୟା କରାଗଲା, ତାହା ସ୍ପଷ୍ଟ ହୋଇପାରିନି। ଏହା ପଛରେ କାହାର ହାତ ରହିଛି ତାକୁ ନେଇ ତଦନ୍ତ ଚାଲିଛି। ବାବା ସିଦ୍ଦିକି କେବଳ ରାଜନୀତିରେ ସକ୍ରିୟ ନଥିଲେ ବରଂ ଫିଲ୍ମ ଦୁନିଆର ଦିଗଜ ସଲମାନ ଖାନ, ଶାହାରୁଖ ଖାନ ଏବଂ ସଞ୍ଜୟ ଦତ୍ତଙ୍କ ଭଳି ଅନେକ ବଡ ତାରକାଙ୍କ ସହ ତାଙ୍କର ସୁସମ୍ପର୍କ ରହିଥିଲା। ବାବା ସିଦ୍ଦିକିଙ୍କ ମୃତ୍ୟୁ ପରେ ବଲିଉଡ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ରାଜନେତାଙ୍କ ସମେତ ସେଲିବ୍ରିଟି ଲୀଳାବତୀ ହସ୍ପିଟାଲରେ ପହଞ୍ଚିଛନ୍ତି। ବାବା ସିଦ୍ଦିକିଙ୍କ ମୃତ୍ୟୁରେ ସଞ୍ଜୟ ଦତ୍ତ ପ୍ରଥମେ ହସ୍ପିଟାଲରେ ପହଞ୍ଚିଥିଲେ। ସଞ୍ଜୟ ଦତ୍ତଙ୍କ ସହିତ ସିଦ୍ଦିକିଙ୍କର ଘନିଷ୍ଠ ସମ୍ପର୍କ ରହିଥିଲା। ପରେ ପରେ ଶିଳ୍ପା ଶେଟ୍ଟୀ, ରାଜ କୁନ୍ଦ୍ରା ମଧ୍ୟ ହସ୍ପିଟାଲରେ ପହଞ୍ଚିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା