Masthead

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପଞ୍ଚୁକର ତୃତୀୟ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବା ଡାଳିକିଆ ବେଶ। ଗତକାଲି ତ୍ରିବ୍ରିକ୍ରମ ବେଶରେ ଦର୍ଶନ ଦେବା ପରେ ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ ଦେଖିବାକୁ ବ୍ୟାକୁଳ ଶ୍ରଦ୍ଧାଳୁ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣମୀ। ମହୋଦଧିରେ ଡଙ୍ଗା ଛାଡ଼ି, ଜଗା ଦର୍ଶନ ସହ ମହାପ୍ରସାଦ ସେବନ କରି କାର୍ତ୍ତିକ ବ୍ରତ ସମାପନ ଲାଗି ଭକ୍ତ ଛୁଟି ଆସିବେ ପୁରୀ।

ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ । ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଲକ୍ଷ୍ମୀନୃସିଂହ ବେଶ କରିଥାନ୍ତି।

ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି। ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି।​​​​​​​ ବୁଧବାର କାର୍ତ୍ତିକ ପୂର୍ଣ୍ଣିମାରେଦାରୁବ୍ରହ୍ମ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହେବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୂଡାନ୍ତ କରାଯାଇଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି