Masthead

ହଷ୍ଟେଲ ଫି’ଛାଡ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): କରୋନା ଲକଡାଉନ ପାଇଁ ରାଜ୍ୟର ସମସ୍ତ ସରକାରୀ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ ଓ ପଲିଟେକନିକ ୨୦୨୦ ଏପ୍ରିଲରୁ ଡିସେମ୍ବର ଯାଏ ବନ୍ଦ ରହିଥିଲା । ଏହି ସମୟରେ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ରହିନଥିଲେ । ଏଥିପାଇଁ ହଷ୍ଟେଲ ଫି’ କୁ ସରକାର ସପୂର୍ଣ୍ଣ ଛାଡ କରିଛନ୍ତି । ଆଜି ବଧାନସଭାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଏହି ସୂଚନା ଦେଇଛନ୍ତି ।

କରୋନା ମହାମାରୀ ଯୋଗୁଁ ଅନେକ ସାଧାରଣ ଜନତାଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସହୃଦୟତାର ସହିତ ବିଚାର କରି ଏହି ଅନୁଷ୍ଠାନମାନଙ୍କରେ ଅଧ୍ୟୟନରତ ୧୭,୦୧୨ ଛାତ୍ରଛାତ୍ରୀମାନଙ୍କର ହଷ୍ଟେଲ ଫି’ ଆନୁମାନିକ ୫ କୋଟି ୧୦ ଲକ୍ଷ ଟଙ୍କା ଛାଡ଼ କରିବା ପାଇଁ ଆଦେଶ ପ୍ରଦାନ କରିଛନ୍ତି। ଏଥିପାଇଁ ସରକାର ନୀତଗତ ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା