Masthead

ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ସାଏ । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି । ପୂର୍ବରୁ ଦଳରେ କୋଣଠେସା ହୋଇପଡିଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡିବା ନେଇ ଚର୍ଚ୍ଚା ହେଉଥିଲା ।

ତେବେ ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି । ତେଣୁ ଏଥିରେ ଅସନ୍ତୋଷ ପ୍ରକାଶ କରି ରମେଶ ସାଏ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। କେବଳ ରମେଶ ସାଏ ନୁହଁନ୍ତି, ଗତ ୨୪ ଘଣ୍ଟା ଭିତରେ ଶଙ୍ଖ ସହ ସଂପର୍କ ତୁଟାଇଲେଣି ୨ ଜଣ ସିଟିଂ ବିଧାୟକଙ୍କ ସହ ୬ ଜଣ ବରିଷ୍ଠ ନେତା। ରମେଶ ସାଏ ଇସ୍ତଫା ଦେବା ପରେ ପରେ ଆଠମଲ୍ଲିକର ବ୍ଲକ ସଭାପତିଙ୍କ ସହ ବହୁତ କର୍ମୀ ବିଜେଡି ଦଳକୁ କରିଛନ୍ତି ବାଏ ବାଏ । ଅନ୍ୟପଟେ ରମେଶ ସାଏ ଖୁବ୍ ଶୀଘ୍ର ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ !