Masthead

ପରଲୋକରେ ବଲିଉଡର ପ୍ରଥମ ସୁପରଷ୍ଟାର ଦିଲ୍ଲୀପ କୁମାର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବଲିଉଡର ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ । ୯୮ ବୟସରେ ଆଖି ବୁଜିଲେ ଦିଲ୍ଲୀପ କୁମାର । ସେ ବୁଧବାର ସକାଳ ୭.୩୦ ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ନିଶ୍ୱାସ ନେବାରେ ଅସୁବିଧା ହେତୁ ଦିଲ୍ଲୀପ କୁମାରଙ୍କୁ ଜୁନ୍ ୨୯ରେ ପୁଣି ଥରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେ ହିନ୍ଦୀ ସିନେମାର ‘ଟ୍ରାଜେଡି କିଙ୍ଗ’ ଭାବେ ପରିଚିତ ।

ଦିଲ୍ଲୀପ କୁମାରଙ୍କ ପ୍ରକୃତ ନାମ ମହମ୍ମଦ ୟୁସୁଫ ଖାନ । ୧୧ ଡିସେମ୍ବର ୧୯୨୨ରେ ଜନ୍ମଗ୍ରହଣ କରିଥିଲେ । ୨୨ ବର୍ଷ ବୟସରେ ପ୍ରଥମ ଫିଲ୍ମ କରି ଫିଲ୍ମ ଜଗତରେ ପାଦ ଥାପିଥିଲେ । ଦିଲ୍ଲୀପ କୁମାର ୧୯୪୪ ମସିହାରେ ବମ୍ବେ ଟକିଜ୍ ଦ୍ୱାରା ନିର୍ମିତ ଚଳଚ୍ଚିତ୍ର ‘ଜ୍ବାର ଭଟ୍ଟା’ ଫିଲ୍ମରେ ଅଭିନୟର କ୍ୟାରିଅର ଆରମ୍ଭ କରିଥିଲେ ।

ପ୍ରାୟ ପାଞ୍ଚ ଦଶନ୍ଧିର ଅଭିନୟ କ୍ୟାରିୟରରେ ୬୫ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଥିଲେ । ଦିଲ୍ଲୀପ କୁମାରଙ୍କ କିଛି ଚଳଚ୍ଚିତ୍ର ହେଉଛି ଅନ୍ଦାଜ (୧୯୪୯), ଆନ୍ (୧୯୫୨), ଦାଗ୍ (୧୯୫୨), ଦେବଦାସ (୧୯୫୫), ଆଜାଦ (୧୯୫୫), ମୋଗଲ-ଏ-ଆଜମ (୧୯୬୦), ଗଙ୍ଗା ଯମୁନା (୧୯୬୧), ରାମ ଅର ଶ୍ୟାମ ( ୧୯୬୭) ପରି ଚଳଚ୍ଚିତ୍ରରେ ନିଜ ଅଭିନୟର ଛାପ ଛାଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ