ଆଶା ଭୋସ୍‌ଲେଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସ୍‌ଲେ। ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ।୯୨ ବର୍ଷ ବୟସରେ ଆଖି ବୁଝିଲେ ଆଶା ଭୋସ୍‌ଲେ । ଆଜି ୯୨ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି ଆଶା ଭୋସଲେ । ଏ ନେଇ ଆଶାଙ୍କ ପୁଅ ଆନନ୍ଦ ଭୋସଲେ ସୂଚନା ଦେଇଛନ୍ତି । ୧୯୩୩ ସେପ୍ଟେମ୍ବର ୮ରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମିତ ଆଶା ଭୋସଲେ ଭାରତୀୟ ସିନେମା ଜଗତର ଖ୍ୟାତନାମା ଗାୟିକାଙ୍କ ମଧ୍ୟରୁ ଅନ୍ୟତମ । ସେ ପ୍ରସିଦ୍ଧ ଥିଏଟର କଳାକାରଶାସ୍ତ୍ରୀୟ ସଙ୍ଗୀତ ଗାୟକ ଦୀନାନାଥ ମଙ୍ଗେସକରଙ୍କ ଝିଅ ଏବଂ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ସାନ ଭଉଣୀ । ଦୀର୍ଘ ୭ ଦଶନ୍ଧିର କ୍ୟାରିୟର ମଧ୍ୟରେ ୧୪ରୁ ଅଧିକ ଭାରତୀୟ ଭାଷାରେ ସେ ୧୨ ହଜାରରୁ ଅଧିକ ଗୀତ ଗାଇଛନ୍ତି । ସଙ୍ଗୀତ କ୍ଷେତ୍ରକୁ ଅବଦାନ ଲାଗି ଏହି କିମ୍ବଦନ୍ତୀ ଗାୟିକାଙ୍କୁ ଅନେକ ପୁରସ୍କାର ଏବଂ ସମ୍ମାନ ମିଳିଛି । ୧୯୯୭ ମସିହାରେ ଗ୍ରାମୀ ପୁରସ୍କାର ଲାଗି ନୋମିନେଟ୍ ହେବାରେ ସେ ପ୍ରଥମ ଭାରତୀୟ ଗାୟିକା । ୨୦୦୦ ମସିହାରେ ତାଙ୍କୁ ଦାଦା ସାହେବ ଫାଲ୍କେ ପୁରସ୍କାର ଏବଂ ୨୦୦୮ରେ ପଦ୍ମ ବିଭୂଷଣ ସମ୍ମାନ ମିଳିଥିଲା । ଏହାଛଡ଼ା ‘ଉମରାଓ ଜାନ୍’ ଏବଂ ‘ଇଜାଜତ୍’ ଫିଲ୍ମ ଲାଗି ସେ ଦୁଇଥର ଜାତୀୟ ଫିଲ୍ମ ପୁରସ୍କାର ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!