Masthead

ଆଶା ଭୋସ୍‌ଲେଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସ୍‌ଲେ। ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ।୯୨ ବର୍ଷ ବୟସରେ ଆଖି ବୁଝିଲେ ଆଶା ଭୋସ୍‌ଲେ । ଆଜି ୯୨ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି ଆଶା ଭୋସଲେ । ଏ ନେଇ ଆଶାଙ୍କ ପୁଅ ଆନନ୍ଦ ଭୋସଲେ ସୂଚନା ଦେଇଛନ୍ତି । ୧୯୩୩ ସେପ୍ଟେମ୍ବର ୮ରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମିତ ଆଶା ଭୋସଲେ ଭାରତୀୟ ସିନେମା ଜଗତର ଖ୍ୟାତନାମା ଗାୟିକାଙ୍କ ମଧ୍ୟରୁ ଅନ୍ୟତମ । ସେ ପ୍ରସିଦ୍ଧ ଥିଏଟର କଳାକାରଶାସ୍ତ୍ରୀୟ ସଙ୍ଗୀତ ଗାୟକ ଦୀନାନାଥ ମଙ୍ଗେସକରଙ୍କ ଝିଅ ଏବଂ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ସାନ ଭଉଣୀ । ଦୀର୍ଘ ୭ ଦଶନ୍ଧିର କ୍ୟାରିୟର ମଧ୍ୟରେ ୧୪ରୁ ଅଧିକ ଭାରତୀୟ ଭାଷାରେ ସେ ୧୨ ହଜାରରୁ ଅଧିକ ଗୀତ ଗାଇଛନ୍ତି । ସଙ୍ଗୀତ କ୍ଷେତ୍ରକୁ ଅବଦାନ ଲାଗି ଏହି କିମ୍ବଦନ୍ତୀ ଗାୟିକାଙ୍କୁ ଅନେକ ପୁରସ୍କାର ଏବଂ ସମ୍ମାନ ମିଳିଛି । ୧୯୯୭ ମସିହାରେ ଗ୍ରାମୀ ପୁରସ୍କାର ଲାଗି ନୋମିନେଟ୍ ହେବାରେ ସେ ପ୍ରଥମ ଭାରତୀୟ ଗାୟିକା । ୨୦୦୦ ମସିହାରେ ତାଙ୍କୁ ଦାଦା ସାହେବ ଫାଲ୍କେ ପୁରସ୍କାର ଏବଂ ୨୦୦୮ରେ ପଦ୍ମ ବିଭୂଷଣ ସମ୍ମାନ ମିଳିଥିଲା । ଏହାଛଡ଼ା ‘ଉମରାଓ ଜାନ୍’ ଏବଂ ‘ଇଜାଜତ୍’ ଫିଲ୍ମ ଲାଗି ସେ ଦୁଇଥର ଜାତୀୟ ଫିଲ୍ମ ପୁରସ୍କାର ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା