Masthead

ଆଦିତ୍ୟ ଦାଶଙ୍କ ପାଇଁ ରାଷ୍ଟ୍ରପତିଙ୍କୁ ଚିଠି, ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିପୁଲ ଫର୍ ସେବାର ପ୍ରତିଷ୍ଠାତା ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁକୁ ୧୦ ମାସ ବିତିଗଲାଣି । କିନ୍ତୁ ଏଯାଏଁ ତାଙ୍କ ମୃତ୍ୟ ରହସ୍ୟ ଉନ୍ମୋଚିତ ହୋଇପାରିନି । ତଦନ୍ତକାରୀ ସଂସ୍ଥା ଏହି ଘଟଣାକୁ ଆତ୍ମହତ୍ୟା କହି ଚୁପ ବସିଯାଇଛି । ସେପଟେ ଆଦିତ୍ୟ ଦାଶଙ୍କୁ ଭଲ ପାଉଥିବା ବ୍ୟକ୍ତିମାନେ ଏହାକୁ ନେଇ ଅସନ୍ତୋଷ ଜାହିର କରିଛନ୍ତି । ଆଦିତ୍ୟଙ୍କ ମୃତ୍ୟ ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ସେମାନେ ସନ୍ଦେହ କରି ଆସୁଛନ୍ତି । ଏଥିପାଇଁ ଅନେକ ସମୟରେ ଆନ୍ଦୋଳନ ହୋଇଛି ।

ରାଜରାସ୍ତାକୁ ଓହ୍ଲାଇଛନ୍ତି । ବିଭିନ୍ନ ସ୍ତରରେ ଦାବିପତ୍ର ଦିଆଯାଇଛି । ଜିଆରପି ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ଠିକ ଭାବେ ତଦନ୍ତ ହେଉ ନ ଥିବା ସେମାନେ ଅଭିଯୋଗ କରିଆସୁଛନ୍ତି । ଏପିରିକି ଯେଉଁମାନଙ୍କ ବିରୋଧରେ ସନ୍ଦେହ ରହିଛି ସେମାନଙ୍କୁ ଜେରା ବି କରାଯାଇ ନ ଥିବା ଅଭିଯୋଗ ହୋଇଛି । ଏଭଳି ସ୍ଥିତିରେ ଆଦିତ୍ୟଙ୍କ ସମର୍ଥକମାନେ ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ମହାମହିମ ରାଷ୍ଟ୍ରପତି ଏହି ମାମଲାରେ ହସ୍ତକ୍ଷେପ କରନ୍ତୁ ବୋଲି ସେମାନେ ଅନୁରୋଧ କରିଛନ୍ତି । ଘଟଣାର ସିବିଆଇ ତଦନ୍ତ ପାଇଁ ରାଷ୍ଟ୍ରପତି ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି କରାଯାଇଛି । ପିପୁଲ ଫର୍ ସେବାର କିଛି ସଦସ୍ୟ ରାଷ୍ଟ୍ରପତିଙ୍କୁ ଏବାବଦରେ ଚିଠି ଓ ମେଲ୍ ଜରିଆରେ ଏହି ଅନୁରୋଧ ପତ୍ର ପଠାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ