Masthead

ସାପ କାମୁଡାରେ ଚାଲିଗଲା ଜୀବନ

ବାରିପଦା  (ବଡ଼ ଖବର ବ୍ୟୁରୋ):  ସାପ କାମୁଡାରେ ମାଆ ଗୁରୁତର, ଚାଲିଗଲା ଦେଢ ବର୍ଷ ଶିଶୁ ପୁତ୍ରର ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଶରତ ଥାନା କଟୁରିଆ ଗ୍ରାମରେ । କଟୁରିଆ ଗ୍ରାମର ମିନତୀ ମହାକୁଡ ନିଜର ଦେଢ ବର୍ଷର ଶିଶୁପୁତ୍ରକୁ ଧରି ଗତକାଲି ରାତିରେ ଘରେ ଶୋଇଥିଲେ । ହେଲେ ହଠାତ୍ ବିଳମ୍ବିତ ରାତିରେ ଏକ ବିଷାକ୍ତ ଚିତି ସାପ ଆସି ଉଭୟ ମା ଏବଂ ପୁଅକୁ କାମୁଡିଥିଲା ।

ମିନତୀଙ୍କ ସ୍ୱାମୀ ଏବଂ ପରିବାର ଲୋକେ ଏହା ଜାଣି ଆଜି ସକାଳ ସମୟରେ ଉଭୟ ମା ଏବଂ ପୁଅକୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତି କରିଥିଲେ । ହେଲେ ଡାକ୍ତରଖାନାରେ ଦେଢ ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ମାଆ ମିନତୀଙ୍କ ଅବସ୍ଥା ଗୁରୁତର ରହିଥିଲା । ପ୍ରାଥମିକ ଚିକିତ୍ସା ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ