Masthead

ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ । ଆବାସ ଯୋଜନା ସାତ ସପନ। ଏଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର କାଳିଓ ଗ୍ରାମରେ । ଶିବ ନାୟକ ଓ ବିଭୂତି ନାୟକ ଦୁଇ ଭାଇଙ୍କ ପରିବାର ଏକ ଭଙ୍ଗା କୁଡ଼ିଆରେ ଅତ୍ୟନ୍ତ ଦୟନୀୟ ଭାବେ ବିତୁଛି । ଦୁଇ ଭାଇ ନିରାଶ୍ରୟ, ଅସହାୟ ଓ ଗରିବ ଶ୍ରେଣୀୟ ଲୋକ ଅଟନ୍ତି। ଶିବ ଓ ବିଭୂତି ଦିନେ କାମକୁ ନଗଲେ ତାଙ୍କର ହାଣ୍ଡି ଚୂଲିକୁ ଯାଏ ନାହିଁ ।

ଗାଁରେ ସବୁଦିନ କାମ ଧନ୍ଦା ମିଳୁନଥିବାରୁ ପରିବାର ପେଟକୁ ଗଣ୍ଡେ ଦାନା ଓ ଦେହକୁ ଖଣ୍ଡେ କନା ଦେବା ଏହି ଦୁଇ ଭାଇଙ୍କ ପକ୍ଷେ କାଠିକର ପାଠ । ଘରର କାନ୍ଥ ଫାଟି ଯାଇଥିଲା ବେଳେ ଗୃହଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଟିକିଏ ବର୍ଷା ହେଲେ ଘରେ ପାଣି ଲହଡି ଖେଳୁଛି । ଆବାସ ଯୋଜନାରେ ଏକ ଗୃହ ଯୋଗାଇ ଦେବା ନିମନ୍ତେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଏଥିପ୍ରତି କେହି ହେଲେ କର୍ଣ୍ଣପାତ କରୁନାହାନ୍ତି । ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତି ବର୍ଷ ତଦନ୍ତ କରିବାକୁ ବଡ଼ବଡ଼ ବାବୁମାନେ ଆସୁଛନ୍ତି ଫଟୋ ଉଠାଉଛନ୍ତି କିନ୍ତୁ ଏହି ଦୁଇ ଭାଇଙ୍କୁ ଘର ଖଣ୍ଡିଏ ମିଳୁନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍